ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ ଏସିଏଫ ବିବେକ ଦାସ ଉଦଘାଟନ କରିଥିଲେ। ରେଞ୍ଜର ପୃଥିବୀରାଜ ପ୍ରଧାନ ଓ କଣ୍ଟେଇପଲ୍ଲୀ ଭିଏସଏସ ସଭାପତି ଶରତ ସ୍ବାଇଁ ସଂଯୋଜନା କରିଥିଲେ। ବନ ସୁରକ୍ଷା ସମିତି କର୍ମକର୍ତ୍ତା ଏବଂ ବନ ବିଭାଗ କର୍ମଚାରୀ ମିଳିତ ଭାବେ ଦୀର୍ଘ ୧୨ କିମି ସାଇକେଲ ଓ ବାଇକରେ ବିଭିନ୍ନ ଗ୍ରାମ ପରିକ୍ରମା କରି ଲୋକଙ୍କୁ ସଚେତନତା କରାଇଥିଲେ।

ଏହାପରେ ଲାଲସିଂ ନର୍ସରୀ ପରିସରରେ ଏକ ସଚେତନତା ସଭା ହୋଇଥିଲା। ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ ସୁରକ୍ଷା ଓ ଜଙ୍ଗଲ ନିଆଁକୁ ରୋକିବାରେ ବନ ସୁରକ୍ଷା ସମିତି କର୍ମକର୍ତ୍ତା ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। କଣ୍ଟେଇପଲ୍ଲୀ ବନ ସୁରକ୍ଷା ସମିତି ଏ କ୍ଷେତ୍ରରେ ଆଗୁଆ ଅଛି। ଉକ୍ତ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି ବୋଲି ବୈଠକରେ ଯୋଗଦେଇ ଅନ୍ୟ ବକ୍ତାମାନେ କହିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସିଏଫ ବିବେକ ଦାସ, ଏସିଏଫ ବିମଳ କୁମାର ପ୍ରଧାନ, ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ, ଅବସରପ୍ରାପ୍ତ ରେଞ୍ଜର ପ୍ରଶାନ୍ତ କୁମାର ସାହୁ, ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ସୁରେଶ ସାଇଁ, ବନ୍ୟପ୍ରାଣୀ ପ୍ରେମୀ ରମେଶ ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଜଙ୍ଗଲ ନିଆଁ ରୋକିବାରେ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି କହିଥିଲେ। ତାହାହେଲେ ଯାଇ ଆମେ ନିଆଁକୁ ରୋକିପାରିବା। ଏଥିପାଇଁ ସମସ୍ତେ ସଚେତନ ହେବାକୁ ପଡ଼ିବ ବୋଲି ବକ୍ତାମାନେ କହିଥିଲେ। ରେଞ୍ଜର ପୃଥିବୀରାଜ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri