୮ ବର୍ଗ ଋଣରେ ଚକ୍ରବୃଦ୍ଧି ସୁଧ ଛାଡ଼ ହେବ

ନୂଆଦିଲ୍ଲୀ,୨୮।୧୧- କରୋନା ମହାମାରୀ ସମୟରେ ରିଜର୍ଭ ବ୍ୟାଙ୍କ ମୋରାଟୋରିୟମ ଘୋଷଣା କରିଥିଲା। ଏହାର ଅବଧି ଅଗଷ୍ଟ ୩୧ ଯାଏ ରହିଥିଲା। ମୋଟ ୬ ମାସ ଯାଏ ଏହା ଲାଗୁ ହୋଇଥିଲା। ଏହି ସମୟରେ କିଛି ବ୍ୟାଙ୍କ ସୁଧ ଉପରେ ସୁଧ ଲାଗୁ କରିଥିବା ଦେଖାଯାଇଥିଲା। ସୁପ୍ରିମକୋର୍ଟରେ ଏ ନେଇ ପିଟିଶନ ଫାଇଲ କରାଯାଇଥିଲା। ୨ କୋଟି ଟଙ୍କାର ଋଣର ସୁଧ ଉପରେ ସୁଧ ଲାଗୁ ହେବ ନାହିଁ ବୋଲି ଶୁଣାଣି ବେଳେ ସରକାର ସୁପ୍ରିମକୋର୍ଟଙ୍କୁ କହିଥିଲେ। ୮ ବର୍ଗର ଋଣ ଉପରେ ଏହାକୁ କାର୍ଯ୍ୟକାରୀ କରାଇବା ନେଇ ସମସ୍ତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, କରୋନା ଯୋଗୁ କେବଳ ଲୋକଙ୍କର ସ୍ବାସ୍ଥ୍ୟ ସମସ୍ୟା ଉପୁଜିନାହିଁ ବରଂ ଏହା ଆର୍ଥତ୍କ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଏଣୁ ଏହାକୁ ବିଚାର କରି ସରକାର ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଚକ୍ରବୃଦ୍ଧି ସୁଧ ଛାଡ ହେବାକୁ ଥିବା ୮ କ୍ଷେତ୍ର ମଧ୍ୟରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ), ଶିକ୍ଷା, ହାଉସିଂ, କଞ୍ଜ୍ୟୁମର ଡ୍ୟୁରେବଲ, କ୍ରେଡିଟକାର୍ଡ, ଅଟୋମୋବାଇଲ, ପର୍ସନାଲ ଏବଂ କଞ୍ଜପଶନ ଋଣ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri