କମ୍ପାନୀ ଗାଡ଼ି ଧକ୍କାରେ ସାଇକେଲ ଆରୋହୀ ମୃତ: ରାସ୍ତା ଅବରୋଧ, ଚାପା ଉତ୍ତେଜନା

ବରଗଡ଼ ଅଫିସ,୨୦।୯: ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ବେଦାନ୍ତ କମ୍ପାନୀର ଏକ ଗାଡି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ, ବରଗଡ଼ ସଦର ଥାନା ଅନ୍ତର୍ଗତ ଗୁଡେଶିରା ଗ୍ରାମର ଅଲେଖ ହରିପାଲ (୬୦) । ସେ ନିଜ ଗୋରୁଙ୍କ ପାଇଁ ସାଇକେଲରେ ଘାସ ବୋଝେଇ କରି ରାସ୍ତା ଅତିକ୍ରମ କରୁଥିବା ସମୟରେ ବେଦାନ୍ତ କମ୍ପାନୀର ଏକ ବଲକର୍‌ ଗାଡି ତାଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଲେଖ ଜଣେ ଦିନ ମଜୁରିଆ ଏବଂ ତାଙ୍କ ଉପରେ ପରିବାରର ଲୋକେ ନିର୍ଭର କରି ଆସୁଥିଲେ। ଅନ୍ୟପକ୍ଷରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ସ୍ଥାନୀୟ ଲୋକେ ହଲଦୀପାଲି ଛକରେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହାନ ଅଟକି ରହିଛି । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ହଲଦୀପାଲି ଛକ ନିକଟରେ ରାସ୍ତା ଉପରେ ଲମ୍ବା ଧାଡିରେ ବେଦାନ୍ତ କମ୍ପାନୀର ଗାଡ଼ିଗୁଡ଼ିକ ଦୀର୍ଘ ସମୟ ଧରି ଛିଡା ହୋଇ ରହୁଛି ଏବଂ ଟ୍ରାଫିକ ସମସ୍ୟା ଉପୁଜୁଛି। ଏ ନେଇ ସ୍ଥାନୀୟ ଲୋକେ ବାରମ୍ବାର ପୋଲିସ ପ୍ରଶାସନର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ପଦକ୍ଷେପ ନିଆଯାଉ ନଥିବାରୁ ଅସନ୍ତୋଷ ବଢି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri