Posted inଖେଳ

ବର୍ଲିନରେ ଓଡ଼ିଆ ଝିଅଙ୍କ ଚମକ

ଭୁବନେଶ୍ୱର, ୨୩।୬ (ତପନ ସ୍ବାଇଁ): ଜର୍ମାନୀର ବର୍ଲିନଠାରେ ଚାଲିଥିବା ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍‌ଡ ସମର ଗେମ୍ସରେ ଚମକ ଦେଖାଇଛନ୍ତି ଓଡ଼ିଶାର ପ୍ରତିଭାସମ୍ପନ୍ନ ସାଇକ୍ଲିଷ୍ଟ କଳ୍ପନା ଜେନା। ସେ ସାଇକ୍ଲିଂର ୨ କିଲୋମିଟର ଟାଇମ୍‌ ଟ୍ରାଏଲ୍‌ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। କଳ୍ପନା ୫:୪୨.୪୨ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଅନ୍ୟତମ ଭାରତୀୟ ସାଇକ୍ଲିଷ୍ଟ ଶିବାନୀ ୫:୨୨.୪୧ ସେକେଣ୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। କୋଷ୍ଟାରିକାର ଆନା ଜୁମ୍ବାଡୋ ୫:୪୬.୬୩ ସେକେଣ୍ଡ ସହିତ ବ୍ରୋଞ୍ଜ ପଦକ ପାଇଛନ୍ତି।
ଆଠଗଡ଼ ବ୍ଲକ ରେଗେଡ଼ାପଡ଼ା ଗ୍ରାମର ଏକ ଆର୍ଥିକ ଦୁର୍ବଳ ଶ୍ରେଣୀ ପରିବାରରୁ କଳ୍ପନା ଆସିଛନ୍ତି। ତାଙ୍କ ମା’ ଗୀତାଞ୍ଜଳି ଜେନା ଓ ବାପା ଗଦାଧର ଜେନା କୃଷି ଶ୍ରମିକଭାବେ କାର୍ଯ୍ୟ କରନ୍ତି। ୨୦୧୯ ପ୍ରାରମ୍ଭରୁ କଳ୍ପନା ବ୍ୟାଡ୍‌ମିଣ୍ଟନ, ଆଥ୍‌ଲେଟିକ୍ସ ଓ ଫୁଟ୍‌ବଲରେ ଟ୍ରେନିଂ ନେଉଛନ୍ତି। ତାଙ୍କ ସାଇକ୍ଲିଂ ପ୍ରତିଭାକୁ ଚିହ୍ନିଥିଲେ ଏକାଧିକ ଥର ଜାତୀୟ ସାଇକ୍ଲିଂ ଚାମ୍ପିୟନ ଝାଡ଼ଖଣ୍ଡର ସତବୀର ସିଂ ସହୋତା। କଳ୍ପନା ଓ୍ବାଲର୍‌ଡ ଗେମ୍ସ ପାଇଁ ଚୟନ ହେବା ପୂର୍ବରୁ ବିବେକାନନ୍ଦ ମହାନ୍ତିଙ୍କଠାରୁ କୋଚିଂ ନେଉଥିଲେ। କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଅଭ୍ୟାସ ପାଇଁ ତାଙ୍କୁ ଏକ ରେସିଂ ସାଇକେଲ ଉପହାର ସ୍ବରୂପ ଦେଇଥିଲେ। ଏହା ବେଶ୍‌ ଫଳପ୍ରଦ ହୋଇଥିଲା। ଓ୍ବାଲର୍‌ଡ ଗେମ୍ସକୁ ଯିବା ପୂର୍ବରୁ ସେ ୯ ଥର ଜାତୀୟ ସାଇକ୍ଲିଂ ଚାମ୍ପିୟନ ତଥା ଅର୍ଜୁନ ପୁରସ୍କାରପ୍ରାପ୍ତ ମୀନତି ମହାପାତ୍ରଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ। ଓ୍ବାଲର୍‌ଡ ଗେମ୍ସରେ ରୌପ୍ୟ ପଦକ ଜିତିଥିବାରୁ ତାଙ୍କ ପ୍ରତି ଅଭିନନ୍ଦନର ସୁଅ ଛୁଟିଛି। ଏସ୍‌ଓବି-ଓଡ଼ିଶା ସଭାପତି କସ୍ତୁରୀ ମହାପାତ୍ର, ରାଜ୍ୟ କାର୍ଯ୍ୟକ୍ରମ ସଂଯୋଜକ ଅର୍ପିତା ମହାପାତ୍ର, ବିଆର୍‌ଏମ୍‌-ଆଶାର ଉପସଭାପତି ପ୍ରଦୀପ୍ତ ରଥ, ଅନ୍ତର୍ଜାତୀୟ ଦୃଷ୍ଟିବାଧିତ କ୍ରିକେଟର ମହମ୍ମଦ ଜାଫର ଇକବାଲ, କିଟ୍‌ ଓ କିସ୍‌ର କ୍ରୀଡ଼ା ମହାସଚିବ ଗଗନେନ୍ଦୁ ଦାଶ, ଏସ୍‌ଓବି-ଓଡ଼ିଶାର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରକାଶ ରଥ ପ୍ରମୁଖ କଳ୍ପନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri