ଟ୍ରକ୍‌ରେ ପିଟି ହୋଇ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ତିହିଡି,୨୧।୩(ସଞ୍ଜିତ ବଳ): ଭଦ୍ରକ- ଚାନ୍ଦବାଲି ରାଜ୍ୟ ରାଜପଥରେ ଗୁରୁବାର ୨ଟି ପୃଥକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ମୃତ ଯୁବକଙ୍କ ନାଁ ସନିଆ ଦାସ(୧୮) ଏବଂ ତାଙ୍କ ଘର ତିହିଡି ବ୍ଲକ ପିରହାଟ ଥାନା ଅଧୀନ ଖେଦରପୁର ଗ୍ରାମରେ ବୋଲି ଜଣାପଡିଛି। ପୂର୍ବାହ୍ନ ସାଢେ ୧୦ଟା ସମୟରେ ସନିଆ ଅନ୍ୟ ଜଣେ ଯୁବକଙ୍କ ସହ ପିରହାଟ ଯାଉଥିବା ବେଳେ ପୁରୁଣାବଜାରରେ ଜଣେ ସାଇକେଲ ଆରୋହୀଙ୍କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଚାନ୍ଦବାଲି ଅଭିମୁଖେ ଯାଉଥିବା ଏକ ଟ୍ରକରେ ପିଟି ହୋଇଯାଇଥିଲେ। ଗୁରୁତର ଆହତ ସନିଆ ଏବଂ ଅନ୍ୟ ଯୁବକଙ୍କ ସମେତ ସାଇକେଲ ଆରୋହୀଙ୍କୁ ଚିକିତ୍ସା ପାଇଁ ତିହିଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସନିଆଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଅନ୍ୟ ଯୁବକଙ୍କ ନାଁ ଅଭୟ ଦାସ(୨୧) ଏବଂ ତାଙ୍କ ଘର ଚାନ୍ଦବାଲି ଥାନା ଅଧୀନ ବାଲିଗାଁ ଗ୍ରାମରେ। ସେହିପରି ସାଇକେଲ ଆରୋହୀଙ୍କ ନାଁ ନିଶାକର ସେଠୀ(୪୫) ଏବଂ ତାଙ୍କ ଘର ପିରହାଟ ଥାନା ଅଧୀନ ସନ୍ଦକପୁର ଗ୍ରାମରେ ବୋଲି ଜଣାଯାଇଛି।
ସେହିପରି ପୂର୍ବାହ୍ନ ୧୦ଟା ସମୟରେ ସାମନ୍ତରାୟପୁର ଚଣ୍ତି ମନ୍ଦିର ନିକଟରେ ଜଣେ ସାଇକେଲ ଆରୋହୀଙ୍କୁ ବାଇକ ଧକ୍କା ଦେବା ଫଳରେ ସାଇକେଲ ଆରୋହୀଙ୍କ ସମେତ ୩ଜଣ ଗୁରୁତର ହୋଇଛନ୍ତି। ବାଇକ ଆରୋହୀ ଆଗରପଡା ଥାନା ଅଧୀନ ପାଖରମୌଜା ଗ୍ରାମର ଅନିରୁଦ୍ଧ ଖିଲାର(୪୫) ଏବଂ ତାଙ୍କ ଭିଣୋଇ ବାଇଧର ଦାସ(୬୦) ଚାନ୍ଦବାଲି ଥାନା ତେନ୍ତୁଲିଡିହ ପଞ୍ଚାୟତ ଅଧୀନ ଡିହବିଲ ଗ୍ରାମରେ। ଗଦିର ଦମକଳ ବାହିନୀ ଶଳାଭିଣୋଇଙ୍କୁ ତିହିଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସାଇକେଲ ଆରୋହୀ ପିରହାଟ ଥାନା ସାମନ୍ତରାୟପୁର ଗ୍ରାମର ଦୁର୍ଯ୍ୟୋଧନ ବିଶ୍ୱାଳ ହୋଇଥିବା ବେଳେ ସେ ଏବେ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri