ପଶ୍ଚିମବଙ୍ଗ ଅଟୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ଭଦ୍ରକ,୧୭।୧୧(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଉତୁକୁଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି l ମୃତ ସାଇକେଲ ଆରୋହୀ ଉତୁକୁ ଗ୍ରାମର ଅରୁଣ କୁମାର ବେହେରା ବୋଲି ଜଣାପଡିଛି l

ସୋମବାର ସକାଳେ ଅରୁଣ କୌଣସି କାର୍ଯ୍ୟରେ ନିକଟସ୍ଥ ବଜାରକୁ ଯାଉଥିଲେ। ସେତିକିବେଳେ ପଛପଟୁ ଏକ ଅଟୋ ସାଇକେଲକୁ ଧକ୍କା ଦେଇଥିଲା। ସେ ରାସ୍ତା ଉପରେ ଛଟିକି ପଡ଼ିଥିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଫଳରେ ଘଟଣାସ୍ଥଳରେ ଅରୁଣଙ୍କ ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ଘଟାଇଥିବା ଅଟୋଟି ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ଚାନ୍ଦବାଲି ପୋଲିସ ଅଟୋକୁ ଜବତ କରିଥିବା ବେଳେ ଚାଳକଙ୍କ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ହେଲେ ଅଟୋ ଚାଳକ ଜଣକ ଘଟଣା ପରେ ଫେରାର ହୋଇଯାଇଛନ୍ତି। ମୃତ ଅରୁଣ ଗରିବ ପରିବାରର ହୋଇଥିବା ବେଳେ ରୋଷେୟା ଭାବେ କାମ କରି ପରିବାର ଚଳାଉଥିଲେ। ସ୍ତ୍ରୀ ଜଣେ ଦିବ୍ୟାଙ୍ଗ ହୋଇଥିବା ବେଳେ ତାଙ୍କର ଦୁଇ ଛୋଟ ପୁଅ ଅଛନ୍ତି। ଅରୁଣଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?