ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ, ରାସ୍ତାରୋକୋ, ଉତ୍ତେଜନା

ଭୋଗରାଇ, ୮।୩( ଡି.ଏନ୍‌.ଏ .): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭୋଗରାଇ ଥାନା ଅନନ୍ତପୁର ଛକଠାରେ ସାଇକେଲରେ ଯାଉଥିବା ଜଣେ ଯୁବକକୁ ଏକ ବାଲି ବୋଝେଇ ଡମ୍ପର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ସୋହରିଆ ପଞ୍ଚାୟତ ଅଧୀନ ରାୟପୁର ଗ୍ରାମର ମଧୁ ପ୍ରଧାନଙ୍କ ପୁଅ ପଦ୍ମଲୋଚନ ପ୍ରଧାନ।

ସୂଚନା ଅନୁଯାୟୀ ପଦ୍ମଲୋଚନ ଦିନ ମଜୁରିଆ ଭାବେ ବିଭିନ୍ନ ସ୍ଥାନରେ କାମ କରି ପରିବାର ପ୍ରତିପୋଷଣ କରନ୍ତି। ମଙ୍ଗଳବାର ରାତିରେ ସେ ସାଇକେଲ ଯୋଗେ ଥାନାଛକରୁ ଘରକୁ ଫେରୁଥିଲେ। ଏହି ସମୟରେ ଜଲେଶ୍ୱର-ଚନ୍ଦନେଶ୍ବର ୫୭ ନମ୍ବର ରାଜ୍ୟ ରାଜପଥର ଅନନ୍ତପୁର ଛକଠାରେ ପଛରୁ ଆସୁଥିବା ଏକ ବାଲି ବୋଝେଇ ଡମ୍ପର ଭାରସାମ୍ୟ ହରାଇ ସାଇକେଲ ଉପରେ ଚଢ଼ି ଯାଇଥିଲା। ଏଥିରେ ପଦ୍ମଲୋଚନ ଚାପି ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ଘଟାଇ ଡମ୍ଫର ଫେରାର ହୋଇଯାଉଥିବା ବେଳେ ସ୍ଥାନୀୟ ଲୋକେ ବାଇକ୍‌ରେ ଗୋଡ଼ାଇ ଡମ୍ପରକୁ ମଟେଇବାଡ଼ ପୋଲ ପାଖରେ ଅଟକାଇ ଥିଲେ। ପରେ ଚାଳକଙ୍କୁ ନିର୍ଦ୍ଧୁମ ମାଡ଼ ମାରିଥିଲେ। ଖବର ପାଇ ଭୋଗରାଇ ଥାନା ଆଇଆଇସି ପ୍ରଭଞ୍ଜନ ବେହେରା ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଡମ୍ପରକୁ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ସମେତ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଏପରିକି ଦୁର୍ଘଟଣା ଘଟାଇଥିବା ଡମ୍ପରକୁ ଲୋକେ ନିଆଁ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri