ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ, ରାସ୍ତାରୋକୋ, ଉତ୍ତେଜନା

ଭୋଗରାଇ, ୮।୩( ଡି.ଏନ୍‌.ଏ .): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭୋଗରାଇ ଥାନା ଅନନ୍ତପୁର ଛକଠାରେ ସାଇକେଲରେ ଯାଉଥିବା ଜଣେ ଯୁବକକୁ ଏକ ବାଲି ବୋଝେଇ ଡମ୍ପର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ସୋହରିଆ ପଞ୍ଚାୟତ ଅଧୀନ ରାୟପୁର ଗ୍ରାମର ମଧୁ ପ୍ରଧାନଙ୍କ ପୁଅ ପଦ୍ମଲୋଚନ ପ୍ରଧାନ।

ସୂଚନା ଅନୁଯାୟୀ ପଦ୍ମଲୋଚନ ଦିନ ମଜୁରିଆ ଭାବେ ବିଭିନ୍ନ ସ୍ଥାନରେ କାମ କରି ପରିବାର ପ୍ରତିପୋଷଣ କରନ୍ତି। ମଙ୍ଗଳବାର ରାତିରେ ସେ ସାଇକେଲ ଯୋଗେ ଥାନାଛକରୁ ଘରକୁ ଫେରୁଥିଲେ। ଏହି ସମୟରେ ଜଲେଶ୍ୱର-ଚନ୍ଦନେଶ୍ବର ୫୭ ନମ୍ବର ରାଜ୍ୟ ରାଜପଥର ଅନନ୍ତପୁର ଛକଠାରେ ପଛରୁ ଆସୁଥିବା ଏକ ବାଲି ବୋଝେଇ ଡମ୍ପର ଭାରସାମ୍ୟ ହରାଇ ସାଇକେଲ ଉପରେ ଚଢ଼ି ଯାଇଥିଲା। ଏଥିରେ ପଦ୍ମଲୋଚନ ଚାପି ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ଘଟାଇ ଡମ୍ଫର ଫେରାର ହୋଇଯାଉଥିବା ବେଳେ ସ୍ଥାନୀୟ ଲୋକେ ବାଇକ୍‌ରେ ଗୋଡ଼ାଇ ଡମ୍ପରକୁ ମଟେଇବାଡ଼ ପୋଲ ପାଖରେ ଅଟକାଇ ଥିଲେ। ପରେ ଚାଳକଙ୍କୁ ନିର୍ଦ୍ଧୁମ ମାଡ଼ ମାରିଥିଲେ। ଖବର ପାଇ ଭୋଗରାଇ ଥାନା ଆଇଆଇସି ପ୍ରଭଞ୍ଜନ ବେହେରା ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଡମ୍ପରକୁ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ସମେତ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଏପରିକି ଦୁର୍ଘଟଣା ଘଟାଇଥିବା ଡମ୍ପରକୁ ଲୋକେ ନିଆଁ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri