ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଯାଏ ଲାଗିରହିବ ଘଡ଼ିଘଡ଼ି ସହ ବର୍ଷା, ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୨୧।୭- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌ ବାୟୁମଣ୍ଡଳର ୫.୮ କି.ମି. ଉଚ୍ଚତାରେ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼, ତେଲେଙ୍ଗାନା, ମଧ୍ୟ ମହାରଷ୍ଟ୍ର, ମରାଠାଓ୍ବାଡା ଓ ଦକ୍ଷିଣ ଗୁଜୁରାଟ ଅଞ୍ଚଳ ଦେଇ ଉତ୍ତର-ପୂର୍ବ ଆରବ ସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହି ଦୁଇ ପାଣିପାଗ ନିୟାମକ ପ୍ରଭାବରେ ଆଗାମୀ କିଛିଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ତେବେ ଆସନ୍ତା ୨୪ ତାରିଖ ଅର୍ଥାତ୍‌ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ସହ ବଜ୍ରପାତ ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଆଗାମୀ ୪ ଦିନ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ମିଳିଥିବା ତଥ୍ୟ ଅନୁଯାୟୀ, ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କି.ମି. ରହିବ ବୋଲି ସୂଚନା ଦିଆଯାଇଛି।

ସେହିପରି ବୁଧବାର ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କତା ଜାରି ହୋଇଛି।
ଅପରପକ୍ଷେ ଜୁନ ୧ରୁ ଏଯାବତ ରାଜ୍ୟରେ ମୋଟ୍‌ ୪୬୯.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ସ୍ବାଭାବିକ ବର୍ଷାଠାରୁ ୧୨ ପ୍ରତିଶତ ଅଧିକ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବାବେଳେ ୫ ଜିଲାରେ ପ୍ରବଳ ଏବଂ ଢେଙ୍କାନାଳରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri