ଘୂର୍ଣ୍ଣିବଳୟ ସକ୍ରିୟ: ଏହି ଦିନଠାରୁ କମିବ ବର୍ଷା

ଭୁବନେଶ୍ୱର,୯ା୯(ବନ୍ଦନା ସେଠୀ):ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ ସର୍ବାଧିକ ୧୨.୨୪ ସେ.ମି ଓ ବରଗଡ଼ ଜିଲା ଝରବନ୍ଧ ଅଞ୍ଚଳରେ ଦ୍ବିତୀୟ ସର୍ବାଧିକ ୭.୮ ସେ.ମି ବର୍ଷା ହୋଇଛି। ତେବେ ଆଉ ୪ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। ଅପରପକ୍ଷରେ ୧୨ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ୧୩ ତାରିଖଠାରୁ ନୂଆପଡ଼ା ଓ ନବରଙ୍ଗପୁର ଜିଲା ବ୍ୟତୀତ ବାକି ସବୁଠି ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ମନୋରମା କହିଛନ୍ତି। ତାଙ୍କ ସୂଚନାନୁସାରେ, ମଙ୍ଗଳବାର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କୌଣସି ଜିଲାକୁ ସତର୍କତା ଜାରି ହୋଇ ନ ଥିବାବେଳେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମସ୍ତ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ଓ ବାକି ରାଜ୍ୟର ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ସତର୍କତା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri