ଘୂର୍ଣ୍ଣିବଳୟ ସକ୍ରିୟ: ଏହି ଦିନଠାରୁ କମିବ ବର୍ଷା

ଭୁବନେଶ୍ୱର,୯ା୯(ବନ୍ଦନା ସେଠୀ):ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ ସର୍ବାଧିକ ୧୨.୨୪ ସେ.ମି ଓ ବରଗଡ଼ ଜିଲା ଝରବନ୍ଧ ଅଞ୍ଚଳରେ ଦ୍ବିତୀୟ ସର୍ବାଧିକ ୭.୮ ସେ.ମି ବର୍ଷା ହୋଇଛି। ତେବେ ଆଉ ୪ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। ଅପରପକ୍ଷରେ ୧୨ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ୧୩ ତାରିଖଠାରୁ ନୂଆପଡ଼ା ଓ ନବରଙ୍ଗପୁର ଜିଲା ବ୍ୟତୀତ ବାକି ସବୁଠି ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ମନୋରମା କହିଛନ୍ତି। ତାଙ୍କ ସୂଚନାନୁସାରେ, ମଙ୍ଗଳବାର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କୌଣସି ଜିଲାକୁ ସତର୍କତା ଜାରି ହୋଇ ନ ଥିବାବେଳେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମସ୍ତ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ଓ ବାକି ରାଜ୍ୟର ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ସତର୍କତା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri