ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ପ୍ରାୟ ୭ ଦିନ ଧରି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କଟକ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ମାଲକାନଗିରିରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଏଥିପାଇଁ ଏହି ଜିଲାଗୁଡିକୁ ମଧ୍ୟ ସତର୍କ କରାଯାଇଛି। ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ବଢ଼ିବ। ସମୁଦ୍ରରେ ଘଣ୍ଟାପ୍ରତି ୪୦ରୁ ୫୦, ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନଙ୍କୁ ୩୦ ଓ ୩୧ ତାରିଖରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri