ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ମଙ୍ଗଳବାର କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କି.ମି. ରହିବ ବୋଲି ସୂଚନା ଦିଆଯାଇଛି।
ଅପରପକ୍ଷେ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିଲେ ହେଁ ଉପକୂଳ ଓଡ଼ିଶାକୁ ପୁଣି ଥରେ ଗୁଳୁଗୁଳି ଫେରିଛି। ମଙ୍ଗଳବାର ମଧ୍ୟ ସମାନ ସ୍ଥିତି ଲାଗି ରହିବ ବୋଲି ଜଣାପଡିଛି। ଏଥିପାଇଁ ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ୧୧ଟି ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଥିଲା। ପାରଳାଖେମୁଣ୍ଡି ଓ ଭବାନୀପାଟାଣାରେ ସର୍ବାଧିକ ୩୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଟିଟିଲାଗଡ଼, ନୟାଗଡ଼ ଏବଂ ଭଦ୍ରକରେ ୩୬.୫ ଡିଗ୍ରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଏବଂ ତାଳଚେରରେ ୩୬.୨ ଡିଗ୍ରୀ, ବାରିପଦା ଓ ଝାରସୁଗୁଡାରେ ୩୬ ଡିଗ୍ରୀ ଏବଂ ଦାରିଙ୍ଗିବାଡିରେ ସର୍ବନିମ୍ନ ୨୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?