ଘୂର୍ଣ୍ଣିବଳୟ ସକ୍ରିୟ: ୩ ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୭ା୬(ଅନୁରାଧା ମହାରଣା):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ସୋମବାର ଚାନ୍ଦବାଲିରେ ସର୍ବାଧିକ ୪୭.୪ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮ ମିମି, ଝାରସୁଗୁଡ଼ା ୨୮.୬ ମିମି, ଭଦ୍ରକ ୧୯.୧ ମିମି, କେନ୍ଦୁଝର ୧୫.୬ ମିମି, ବରଗଡ଼ ୧୩.୭ ମିମି, ଯାଜପୁର ୮.୫ ମିମି, ବାଲେଶ୍ୱର ୮.୨ ମିମି ଏବଂ ଦାରିଙ୍ଗିବାଡିରେ ୨.୦ ମିମି ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର କଳାହାଣ୍ଡି, କଟକ ଓ ଜଗତସିଂହପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏସବୁ ଜିଲାକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ଏହି ସବୁ ଜିଲା ମଧ୍ୟରେ କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ରହିଛି। ରାଜ୍ୟର ପ୍ରାୟ ୨୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri