ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଘୂର୍ଣ୍ଣିବଳୟଟି ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବ। ଏହା ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କରିଛି। ଏପଟେ ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି। ଫଳରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବାରୁ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି। ଶୁକ୍ରବାର ସନ୍ଧ୍ୟାରୁ ବିଭିନ୍ନ ଜିଲାରେ ଝଡ଼ବର୍ଷା ହୋଇଥିବା ସୂଚନା ମିଳିଛି। ଶନିବାର ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଝଡ଼ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଅନ୍ୟାନ୍ୟ ଜିଲାଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଶୁକ୍ରବାର ଦିନସାରା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୧୫ଟି ସହରର ତାପମାତ୍ରା ୩୪ ଡିଗ୍ରୀ ଉପରକୁ ରହିଥିଲା। ପାରଳାଖେମୁଣ୍ଡିରେ ସର୍ବାଧିକ ୩୬.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ତାଳଚେର ଓ ଝାରସୁଗୁଡା ୩୫.୪, ଛତ୍ରପୁର ଓ ଢେଙ୍କାନାଳ ୩୫, ମାଲକାନଗିରି ୩୪.୮, ଭୁବନେଶ୍ୱର ୩୪.୬, ଗୋପାଳପୁର, ଟିଟିଲାଗଡ଼ ଓ ସୋନପୁର ୩୪.୫, ପୁରୀ ୩୪.୩, ବଲାଙ୍ଗୀର ୩୪.୨ ଓ ଅନୁଗୋଳରେ ୩୪.୧ ଡିଗ୍ରୀ ତାପମାତ୍ରା ରହିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?