Posted inଜାତୀୟ

ପୁଣି ବାତ୍ୟା ଆଶଙ୍କା, ‘ଗୁଲାବ’ ପରେ ଏବେ ‘ଶାହିନ୍‌’ ଭୟ…

ନୂଆଦିଲ୍ଲୀ,୨୮।୯: ସାମୁଦ୍ରିକ ଝଡ଼ ଗୁଲାବ ଏବେ ଉତ୍ତର ତେଲେଙ୍ଗାନା ଏବଂ ବିଦର୍ଭ ଉପରେ ଦେଇ ଅତିକ୍ରମ କରିବା ସହିତ ଦୁର୍ବଳ ହୋଇସାରିଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ମଙ୍ଗଳବାର ସକାଳେ ତେଲେଙ୍ଗାନା ଏବଂ ମରାଠୱାଡା ଏବଂ ବିଦର୍ଭ ଅଞ୍ଚଳରେ ପ୍ରବେଶ କରିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ନିମ୍ନ-ଚାପ ଅଞ୍ଚଳରେ ଗୁଲାବ ଦୁର୍ବଳ ହେବାରେ ଲାଗିଛି।

ତେବେ ଗୁଲାବ ନ ଯାଉଣୁ ପୁଣି ଏକ ସାମୁଦ୍ରିକ ଝଡ଼ ଶାହିନ୍‌ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସାମୁଦ୍ରିକ ଝଡ଼ ଶାହିନ୍‌ ସେପ୍ଟେମ୍ବର ୩୦ ସନ୍ଧ୍ୟାରେ ଉତ୍ତର-ପୂର୍ବ ଆରବ ସାଗର ଏବଂ ଗୁଜୁରାଟ ଉପକୂଳରେ ଘନିଭୂତ ହେବାର ପୂର୍ବାନୁମାନ କରାଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଆରବ ସାଗରରେ ଏହା ଅଧିକ ଉଗ୍ର ରୂପ ଧାରଣ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମିଆଁମାର ଉପକୂଳରୁ ପୂର୍ବ-କେନ୍ଦ୍ରୀୟ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ‘ଶାହିନ୍‌’ ସୃଷ୍ଟି ହେବାର ପ୍ରକ୍ରିୟା ଜାରି ରହିଛି। ଏହି ଅଞ୍ଚଳ ଉତ୍ତର-ପୂର୍ବ ଏବଂ ବଙ୍ଗୋପସାଗରର ପୂର୍ବ-ମଧ୍ୟଭାଗରେ ଅବସ୍ଥିତ। ଏହାର ପ୍ରଭାବରେ, ପଶ୍ଚିମବଙ୍ଗଠାରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ବାଂଲାଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏକ ନିମ୍ନ-ଚାପ ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ ଉପକୂଳରେ ପବନ ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ତିନି ଦିନ ପାଇଁ ଗୁଜୁରାଟ, ମଧ୍ୟପ୍ରଦେଶ ମହାରାଷ୍ଟ୍ର, କୋଙ୍କଣ, ମରାଠୱାଡା,ସୌରାଷ୍ଟ୍ର ଏବଂ କୁଚ ଆଦି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଝାଡଖଣ୍ଡ, ଗାଙ୍ଗେଟିକ ପଶ୍ଚିମବଙ୍ଗ, ଓଡିଶା, ତାମିଲନାଡୁ, ପୁଡୁଚେରୀ ଏବଂ କରାଇକାଲର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଗାମୀ ୨ରୁ ୩ ଦିନ ମଧ୍ୟ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri