ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍ ଖୋଲାଯାଇଛି। ଡ୍ୟାମ୍ର ୩ ଓ ୬ ନମ୍ବର ଗେଟ୍ରୁ ୧୩୩ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।
ଅନ୍ୟପକ୍ଷେ ଡ୍ୟାମ୍ରୁ ପାଣି ନିଷ୍କାସନ ହେଉଥିବା ନେଇ ତଳି ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି। ସୂଚନା ଯୋଗ୍ୟ, ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୪୨ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୬୪୦.୯ ମିଟର ରହିଛ

