ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର) ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି କନ୍ଧମାଳ ଜିଲାପାଳ।
ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ସ୍କୁଲ୍ରେ ଉପସ୍ଥିତ ରହିବେ। ଯେକୌଣସି ଜରୁରୀକାଳୀନ ପରିସ୍ଥିତି ଏବଂ ବାତ୍ୟା ସମ୍ବନ୍ଧୀୟ ଆଶ୍ରୟ ବ୍ୟବସ୍ଥାର ତଦାରଖ ପାଇଁ ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।