ବାତ୍ୟା ‘ଅର୍ଣ୍ଣବ’: ଦାରିଙ୍ଗବାଡ଼ି ଗସ୍ତ କରି ସ୍ଥିତି ପରଖିଲେ ମନ୍ତ୍ରୀ, ସିଲ୍‌ କରାଯାଇଥିବା ଗାଜଲବାଡ଼ି ଘାଟିର…

ଦାରିଙ୍ଗବାଡ଼ି,୨୮।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ଓ ଲୋକଙ୍କ ସୁରକ୍ଷା ଦିଗର ତଦାରଖ କରିବା ପାଇଁ ଓଡ଼ିଶାର ରାଜ୍ୟ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ବୁଧବାର ଅପରାହ୍ନରେ ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତି। ଗସ୍ତ ସମୟରେ ମନ୍ତ୍ରୀ କନ୍ଧମାଳ-ଗଞ୍ଜାମ ସୀମା ୫୯ ନମ୍ବର ଜାତୀୟ ରାଜପଥସ୍ଥିତ ଗାଜଲବାଡ଼ି ଘାଟିର ବାୟମାଲା ଚେକ୍‌ଗେଟ୍‌ ଠାରେ ପହଞ୍ଚିଥିଲେ। ଭୂସ୍ଖଳନ ଭୟରେ ମଙ୍ଗଳବାରଠାରୁ ସିଲ୍‌ କରାଯାଇଥିବା ଏହି ଘାଟିର ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସେ ଅନୁଧ୍ୟାନ କରିବା ସହ ଉପସ୍ଥିତ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣଙ୍କ ସହ ସମୀକ୍ଷା କରିଥିଲେ।

ଏହାପରେ ମନ୍ତ୍ରୀ ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ଡ଼ୁଲୁରୀ ରାସ୍ତାକୁ ଯାଇଥିଲେ। ସେଠାରେ ୨ଟି ବଡ଼ ଗଛ ଉପୁଡ଼ି ପଡ଼ି ରାସ୍ତା ଅବରୋଧ ହୋଇଥିବା ଦେଖି ମନ୍ତ୍ରୀ ନିଜେ ଉପସ୍ଥିତ ରହି ଗଛ ଗୁଡ଼ିକୁ ହଟାଇବାର ବ୍ୟବସ୍ଥା କରିଥିଲେ, ଯାହା ଫଳରେ ବ୍ରାହ୍ମଣୀଗାଁକୁ ଯାତାୟାତ ପୁଣି ସ୍ୱାଭାବିକ ହୋଇପାରିଛି।

ପରେ ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ସହ ବାତ୍ୟାଜନିତ କ୍ଷୟକ୍ଷତି ସମ୍ପର୍କରେ ମନ୍ତ୍ରୀ ଏକ ସମୀକ୍ଷା ବୈଠକ କରିଥିଲେ। ଏହି ଗସ୍ତ ସମୟରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ (କନ୍ଧମାଳ)ର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ, ଜିଲାପାଳ ବେଦଭୂଷଣ, ଭାଜପା ପ୍ରତିନିଧି ମଣ୍ଡଳୀ ଏବଂ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ମଣ୍ଡଳୀ ଉପସ୍ଥିତ ରହି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ, ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ଗତ ୨ ଦିନ ହେଲା ଦାରିଙ୍ଗବାଡ଼ି ବ୍ଲକ୍‌ର ୨୫ଟି ପଞ୍ଚାୟତ ସମ୍ପୂର୍ଣ୍ଣ ଅନ୍ଧାରରେ ରହିଛି। ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହେବା ଯୋଗୁଁ ମୋବାଇଲ ନେଟୱାର୍କ ଓ ଇଣ୍ଟରନେଟ୍ ସେବା ସମ୍ପୂର୍ଣ୍ଣ ଠପ୍ ହୋଇପଡ଼ିଛି।

ଏହାଯୋଗୁଁ ବ୍ୟାଙ୍କ, ଜନସେବା କେନ୍ଦ୍ର ସମେତ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଓ ପବନ ଯୋଗୁଁ ଏକାଧିକ ଗ୍ରାମରେ ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ସହ ତାର ଛିଣ୍ଡି ପଡ଼ିଥିବା ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ଶିବ ପ୍ରସାଦ ନାୟକ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟି ରାସ୍ତାରେ ପାହାଡ଼ି ଝରଣା ପାଣି: ୩୨୬ ନଂ ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ, ଶହ ଶହ…

ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ପାଳୁଖୋଳା ଗାଁ ନିକଟସ୍ଥ ୩୨୬ ନମ୍ବର ଜାତୀୟ ରାଜପଥରେ ବୁଧବାର ସକାଳୁ ପାହାଡ଼ି ଝରଣା ପାଣି…

୪ ଲେନ୍ ହେବ କନ୍ଦରପୁର-ପାରାଦ୍ବୀପ ରାଜ୍ୟ ରାଜପଥ, ସର୍ଭେ କାର୍ଯ୍ୟ ଆରମ୍ଭ

କଟକ ସଦର, ୨୮।୧୦(ସୁଶାନ୍ତ କୁମାର ଜେନା): ଜଗତସିଂହପୁର ପୂର୍ତ୍ତ ଡିଭିଜନ ଅନ୍ତର୍ଗତ କନ୍ଦରପୁର-ପାରାଦ୍ବୀପ ୧୨ ନମ୍ବର ରାଜ୍ୟ ରାଜପଥର ପ୍ରଶସ୍ତୀକରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାଥମିକ…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବର୍ଷା-ପବନ: ଧାନ ଗଛ ମାଟିରେ ଲୋଟିଲା, ଚାଷୀଙ୍କ ଚିନ୍ତା ବଢ଼ିଲା

ଛତ୍ରପୁର,୨୮।୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଛତ୍ରପୁର ଅଞ୍ଚଳରେ ବିଗତ ଦୁଇ ଦିନ ହେଲା ପ୍ରବଳ ବର୍ଷା ସାଙ୍ଗକୁ ପବନ ଜାରି ରହିଛି। ଏହି ପ୍ରାକୃତିକ ବିପର୍ଯ୍ୟୟ…

ଘୋଡ଼ାହାଡ଼ ନଦୀରେ ବନ୍ୟା: ପଳାଶପୁର ବ୍ରିଜ୍‌ ଉପରେ ୪ ଫୁଟ୍‌ର ପାଣି, ଆସିକା-ଦିଗପହଣ୍ଡି-ପାଟପୁର ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି ୨୮।୧୦, ଅଶେଷ ନାଥ ମିଶ୍ର: ଗଞ୍ଜାମ ଜିଲାର ଘୋଡ଼ାହାଡ଼ ନଦୀରେ ସୃଷ୍ଟି ହୋଇଛି ଗମ୍ଭୀର ବନ୍ୟା ପରିସ୍ଥିତି। ନଦୀର ଉପରମୁଣ୍ଡ ଗଜପତି ଜିଲାରେ ପ୍ରବଳ ବର୍ଷା…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଜୟ ଅମୃତ କୁଲାଙ୍ଗେ, ୬ ବର୍ଷର ସମ୍ପର୍କକୁ ମନେ ପକାଇ…

ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ଗଞ୍ଜାମ ମାଟି ସହ ପୁଣି ଯୋଡ଼ିହେଲା ପୁରୁଣା ସମ୍ପର୍କ। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଥିବା ବରିଷ୍ଠ ଆଇଏଏସ୍‌…

ଜେଜେ ମା’ଙ୍କ ଶବ ସତ୍କାର କରି ତୁଠରେ ଗାଧୋଉଥିବାବେଳେ ଚାଲିଗଲା ନାତିଙ୍କ ଜୀବନ, ଲୁହରେ ଭିଜିଲା ପୂରା ଗାଁ

ଜଗନ୍ନାଥପ୍ରସାଦ,୨୮ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜେଜେ ମା’ଙ୍କ ମୃତ୍ୟୁ ପରେ ଶବ ସତ୍କାର ସାରି ତୁଠରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ନାତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ…

‘ଅର୍ଣ୍ଣବ’ ପ୍ରଭାବ: ତପ୍ତପାଣି ଘାଟିରେ ରାସ୍ତା ବୁଡ଼ିଲା, ଯାତାୟାତ ପ୍ରଭାବିତ

ଗଞ୍ଜାମ,୨୮।୧୦ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ଥିବା ତପ୍ତପାଣି ଘାଟି ଅଞ୍ଚଳରେ ବର୍ଷା ଯୋଗୁ ସ୍ଥିତି ପ୍ରଭାବିତ ହୋଇଛି। ଜାତୀୟ…

୬୦ ଫୁଟ ଦବିଗଲା ନଦୀବନ୍ଧ

ଯାଜପୁର,୨୮।୧୦: ଯାଜପୁର ଜିଲାରେ ବୈତରଣୀ ନଦୀବନ୍ଧ ୬୦ ଫୁଟ ଦବିଯାଇଥିବା ଖବର ସାମ୍ନାକୁ ଆସିଛି। ଦଶରଥପୁର ବ୍ଲକ୍‌ର ନାରଣପୁର ନିକଟରେ ନଦୀବନ୍ଧ ଦବିଯାଇଥିବା ସୂଚନା ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?