ବାତ୍ୟା ଅର୍ଣ୍ଣବ: ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ବଡ଼ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପବନ…

ଭୁବନେଶ୍ଵର: ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଛି । କିଛି ସମୟ ମଧ୍ୟରେ ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ । ଏହାପରେ ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ଧିରେ ଧିରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଏହାରି ଭିତରେ ସକାଳୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ବଡ଼ ସୂଚନା ଦେଇଛନ୍ତି । ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ପ୍ରଭାବ ।

ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ମୁହାଁ ହେବ । ଦକ୍ଷିଣ ଓଡ଼ିଶାରେ ଫ୍ଲାସ୍ ଫ୍ଲଡ୍ ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ଅତିପ୍ରବଳ ବର୍ଷା ହେବାର ସୂଚନା ରହିଛି । ୬୦ରୁ ୭୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳେ ଝଟ୍‌କା ପବନର ବେଗ ଘଣ୍ଟା ପ୍ରତି ୮୦ କିମି ରହିପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ୮୦ କିମିରେ ପବନ ବହିବ  । କଳାହାଣ୍ଡି ଓ ଗଜପତିରେ ବି ପବନର ବେଗ ରହିବ ୮୦ କିମି  । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିରେ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ରହିଥିବା ବେଳେ ଉତ୍ତର ଓଡ଼ିଶାରେ ବି ଧୀରେ ଧୀରେ ବର୍ଷା ବଢ଼ିବ ବୋଲି କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ।

 

Dharitri – Odisha’s No.1 Odia Daily

Share