ବାତ୍ୟା ‘ଅସାନି’କୁ ନେଇ ଚିନ୍ତାରେ ନଦୀକୂଳିଆ

ଚାନ୍ଦବାଲି,୧୦।୫(ଡି.ଏନ୍‌.ଏ.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରି କି ଧାମରା ସମେତ ବିଭିନ୍ନ ବନ୍ଦରରେ ସତର୍କ ସୂଚନା ଜାରି କରାଯାଇଛି। ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ହେଲେ ଆଗକୁ ପୂର୍ଣ୍ଣିମା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ଉଚ୍ଚ ଲୁଣାଢେଉ ଉଠିବାର ସମ୍ଭାବନା ରହିଛି।
ଫଳରେ ଚାନ୍ଦବାଲି, ଧାମରା, ଆର୍‌ଡି ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ବୈତରଣୀ, ମନ୍ତେଈ, ସାଳନ୍ଦୀ ନଦୀର ପାଣି କୂଳ ଉଛୁଳିବା ସହ ଲୁଣା ପାଣି ଚାଷ ଜମିରେ ମାଡିବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ ଭଦ୍ରକ ଜିଲାପାଳଙ୍କ ପକ୍ଷରୁ ବତ୍ୟା ମୁକାବିଲା ନିମନ୍ତେ ଚାନ୍ଦବାଲି ବ୍ଲକ ପ୍ରଶାସନ ସହ ଆଲୋଚନା କରିଛନ୍ତି। ସମୁଦ୍ର ଓ ନଦୀ ତଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ଆବଶ୍ୟକ ସ୍ଥଳେ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ ପରାମର୍ଶ ଦେଇଛନ୍ତି। ଏପରି କି ଗ୍ରାମାଞ୍ଚଳ ଓ ବିଜ୍ଞାପିତ ଅଞ୍ଚଳରେ ସମସ୍ତ ସ୍କୁଲ, ବାତ୍ୟ, ଆଶ୍ରୟସ୍ଥଳକୁ ପ୍ରସ୍ତୁତ ରଖିବା ସହ ଆଲୋକ, ପାନୀୟଜଳ ବ୍ୟବସ୍ଥା ପାଇଁ ଆର୍ଲଟ କରାଯାଇଛି। ମାଛ ମାରିବା ପାଇଁ ସମୁଦ୍ର ଓ ନଦୀକୁ ଯାଇଥିବା ମତ୍ସଜୀବୀମାନେ ବାତ୍ୟାର ଖବର ପାଇବା ପରେ ଡଙ୍ଗା, ମଟରଚାଳିତ ବୋଟ୍‌, ଟ୍ରଲର ଆଦିକୁ କୂଳକୁ ଆଣିବା ସହ ଲଙ୍ଗର ପକାଇଛନ୍ତି। ଏନେଇ ବିଡିଓ ଜ୍ୟୋତି ବିକାଶ ଦାଶଙ୍କୁ ପଚାରିବାରୁ ବାତ୍ୟାର ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଛି। ଏନେଇ ୨୬୮ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ କରାଯାଇଛି। ଏପରି କି ଓସ୍‌ଡମା ପକ୍ଷରୁ ମଧ୍ୟ ୨୯ଟି ବାତ୍ୟା ଆଶ୍ରୟସ୍ଥଳ କରାଯାଇଥିବା ବେଳେ ରେଡକ୍ରସ ପକ୍ଷରୁ ୯ଟି ଆଶ୍ରୟସ୍ଥଳ ପ୍ରସ୍ତୁତ ରଖାଯିବ ସହ କର୍ମଚାରୀଙ୍କୁ ସଜାଗ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri