ବର୍ଷା କି ପବନ ହେବ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ବାତ୍ୟା ‘ଅସାନି’ ଆଉ ମାତ୍ର ଦେଢ଼ରୁ ଦୁଇ ଘଣ୍ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ମଛଲିପଟ୍ଟନମ ନିକଟରେ ଉପକୂଳ ଛୁଇଁବ। ଏହାପରେ ଡାହାଣକୁ ଗତିପଥ ପରିବର୍ତ୍ତନ କରି ଉତ୍ତର ଓ ଉତ୍ତରପୂର୍ବ ଦିଗରେ ସମୁଦ୍ର କୂଳ ଦେଇ ପୁଣିଥରେ ସମୁଦ୍ର ଭିତରକୁ ଚାଲିଯିବ। ଏହା ଗୁରୁବାର ସୁଦ୍ଧା ଅବପାତରେ ପରିଣତ ହେବ। ତେବେ ଏହି ବାତ୍ୟା ଯୋଗୁ ଓଡ଼ିଶାରେ ବିଶେଷ ପ୍ରଭାବ ପଡ଼ିବ ନାହିଁ। ରାଜ୍ୟରେ ବର୍ଷା କିମ୍ବା ପବନ ହେବ ନାହିଁ। ତେଣୁ ଯଦି କୌଣସି ସ୍ଥାନରେ କିଛି ସମସ୍ୟା ଦେଖାଦିଏ, ତା’ହେଲେ ଜିଲାପାଳମାନେ ସେମାନଙ୍କ ଜିଲ୍ଲାରେ ମୁତୟନ ଓଡ୍ରାଫ ଓ ଅଗ୍ନିଶମ ବାହିନୀ ଟିମ ସହାୟତାରେ ପରିସ୍ଥିତିର ମୁକାବିଲା କରିପାରିବେ ବୋଲି ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବାତ୍ୟା ଅସାନିକୁ ନେଇ ରାଜ୍ୟ ସୱତନ୍ତ୍ର ରିଲିଫ କମିଶନର (ଏସଆର୍‌ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ବାତ୍ୟା ପ୍ରଭାବରେ ଆଜି ରାଜ୍ୟର କିଛି ଜିଲାରେ ବର୍ଷା ହୋଇଛି । କିନ୍ତୁ ଏହାର ପରିମାଣ ସେତେ ବେଶୀ ନାହିଁ । ଏହି ବାତ୍ୟା ଗୁରୁବାର ସକାଳ ସୁଦ୍ଧା ଅବପାତରେ ପରିଣତ ହେବାର ଥିବାରୁ ଏହାର ପ୍ରଭାବରେ ୪୦ରୁ ୫୦କିମି ବେଗରେ ପବନ ସହ ଦକ୍ଷିଣ ଓ ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ସମେତ ଉତ୍ତର ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ୭ରୁ ୧୧ ସେଣ୍ଟିମିଟର ଭିତରେ ବର୍ଷା ହେବାର ସମ୍ଭାବନା ଅଛି । ଏହି ବର୍ଷା ଯୋଗୁ ବିଶେଷ କିଛି କ୍ଷତି ହେବାର ସମ୍ଭାବନା ନାହିଁ । ତେବେ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କ ଯିବା ଉପରେ କଟକଣା ଜାରି ରହିଥିବା ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ସ୍ଥିତିରେ ସୁଧାର ଆସିବା ପରେ ଓ ସମୁଦ୍ର ଶାନ୍ତ ହେବାପରେ ଏଥିପାଇଁ ଅନୁମତି ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri