ବର୍ଷା କି ପବନ ହେବ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ବାତ୍ୟା ‘ଅସାନି’ ଆଉ ମାତ୍ର ଦେଢ଼ରୁ ଦୁଇ ଘଣ୍ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ମଛଲିପଟ୍ଟନମ ନିକଟରେ ଉପକୂଳ ଛୁଇଁବ। ଏହାପରେ ଡାହାଣକୁ ଗତିପଥ ପରିବର୍ତ୍ତନ କରି ଉତ୍ତର ଓ ଉତ୍ତରପୂର୍ବ ଦିଗରେ ସମୁଦ୍ର କୂଳ ଦେଇ ପୁଣିଥରେ ସମୁଦ୍ର ଭିତରକୁ ଚାଲିଯିବ। ଏହା ଗୁରୁବାର ସୁଦ୍ଧା ଅବପାତରେ ପରିଣତ ହେବ। ତେବେ ଏହି ବାତ୍ୟା ଯୋଗୁ ଓଡ଼ିଶାରେ ବିଶେଷ ପ୍ରଭାବ ପଡ଼ିବ ନାହିଁ। ରାଜ୍ୟରେ ବର୍ଷା କିମ୍ବା ପବନ ହେବ ନାହିଁ। ତେଣୁ ଯଦି କୌଣସି ସ୍ଥାନରେ କିଛି ସମସ୍ୟା ଦେଖାଦିଏ, ତା’ହେଲେ ଜିଲାପାଳମାନେ ସେମାନଙ୍କ ଜିଲ୍ଲାରେ ମୁତୟନ ଓଡ୍ରାଫ ଓ ଅଗ୍ନିଶମ ବାହିନୀ ଟିମ ସହାୟତାରେ ପରିସ୍ଥିତିର ମୁକାବିଲା କରିପାରିବେ ବୋଲି ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବାତ୍ୟା ଅସାନିକୁ ନେଇ ରାଜ୍ୟ ସୱତନ୍ତ୍ର ରିଲିଫ କମିଶନର (ଏସଆର୍‌ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ବାତ୍ୟା ପ୍ରଭାବରେ ଆଜି ରାଜ୍ୟର କିଛି ଜିଲାରେ ବର୍ଷା ହୋଇଛି । କିନ୍ତୁ ଏହାର ପରିମାଣ ସେତେ ବେଶୀ ନାହିଁ । ଏହି ବାତ୍ୟା ଗୁରୁବାର ସକାଳ ସୁଦ୍ଧା ଅବପାତରେ ପରିଣତ ହେବାର ଥିବାରୁ ଏହାର ପ୍ରଭାବରେ ୪୦ରୁ ୫୦କିମି ବେଗରେ ପବନ ସହ ଦକ୍ଷିଣ ଓ ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ସମେତ ଉତ୍ତର ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ୭ରୁ ୧୧ ସେଣ୍ଟିମିଟର ଭିତରେ ବର୍ଷା ହେବାର ସମ୍ଭାବନା ଅଛି । ଏହି ବର୍ଷା ଯୋଗୁ ବିଶେଷ କିଛି କ୍ଷତି ହେବାର ସମ୍ଭାବନା ନାହିଁ । ତେବେ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କ ଯିବା ଉପରେ କଟକଣା ଜାରି ରହିଥିବା ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ସ୍ଥିତିରେ ସୁଧାର ଆସିବା ପରେ ଓ ସମୁଦ୍ର ଶାନ୍ତ ହେବାପରେ ଏଥିପାଇଁ ଅନୁମତି ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri