କାକିନାଡ଼ା, ବିଶାଖାପାଟଣା ଛୁଇଁବ ବାତ୍ୟା ‘ଅସାନି’: ଉପକୂଳରେ ୫୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର,୧୦ା୫(ବ୍ୟୁରୋ)-ବାତ୍ୟା ‘ଅସାନି’ ସ୍ଥଳଭାଗ ଛୁଇଁପାରେ। ବୁଧବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ସାମୁଦ୍ରିକ ଝଡ଼ କାକିନାଡ଼ା, ବିଶାଖାପାଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୬୦୦ କିଲୋମିଟର ଏବଂ ପୁରୀଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଉତ୍ତର- ପଶ୍ଚିମ ଦିଗ ଦେଇ ଗତି କରୁଛି। ବୁଧବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଝଡ଼ ଆନ୍ଧ୍ରପ୍ରଦେଶର କାକିନାଡ଼ା ଏବଂ ବିଶାଖାପାଟଣା ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପରେ ବାତ୍ୟା ଉତ୍ତର-ପଶ୍ଚିମ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ମୁହଁାଇବା ସମ୍ଭାବନା ରହିଛି ଓ ଧୀରେ ଧୀରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି।

ତେବେ ‘ଅସାନି’ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ କଟକ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ବର୍ଷା ସମ୍ଭାବନା ରହିଛି । ବାତ୍ୟା ଯୋଗୁ ୧୦ରୁ ୧୨ ତାରିଖ ମଧ୍ୟରେ ଉପକୂଳରେ ୪୦ରୁ ୫୦ କିଲୋମିଟର ବେଳେ ବେଳେ ଏହା ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଆସନ୍ତା ୧୩ ତାରିଖ ଯାଏ ମାଛ ଧରିବା ପାଇଁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି ବୋଲି ଏସ୍‌ଆର୍‌ସି(ସ୍ବତନ୍ତ୍ର ରିଲିଫ୍‌ କମିଶନର) ପ୍ରଦୀପ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri