ଯେତେ ବଳ ଗୋଟାଇଲେ ବି ଉପକୂଳ ଛୁଇଁବନି ବାତ୍ୟା

ଭୁବନେଶ୍ୱର,୯ା୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂର ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଗଭୀର ଅବପାତ ପରେ ରବିବାର ଏହା ବାତ୍ୟାର ରୂପ ନେଇଥିଲା। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ସମୁଦ୍ରରେ ଯେତେ ବଳ ଗୋଟାଇଲେ ବି ଏହା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ। ୧୦ ତାରିଖରେ ଏହା ବଙ୍ଗୋପସାଗରର ପଶ୍ଚିମରେ କେନ୍ଦ୍ରୀଭୂତ ହେବ ପରେ କ୍ରମଶଃ ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରିବ।

ବାତ୍ୟାର ପ୍ରଭାବରେ ଉପକୂଳ ଅଞ୍ଚଳରେ ଅତି ବେଶିରେ ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି। ସେହିପରି ଏସ୍‌ଆର୍‌ସି ପ୍ରଦୀପ ଜେନା କହିଛନ୍ତି, ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ବିଶେଷ ବିପଦ ନାହିଁ। କାରଣ ଏହା ପୁରୀରୁ ୧୦୦ କିଲୋମିଟର ଦୂରରେ ଯିବ। ଏହି ସମୟରେ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୦ କିଲୋମିଟର ରହିପାରେ।

ଏଥିସହିତ ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri