Posted inଜାତୀୟ

ଗୁଜରାଟରେ ତାଣ୍ଡବ ରଚିବା ପରେ ‘ବିପର୍ଯ୍ୟୟ’କୁ ନେଇ ରାଜସ୍ଥାନରେ ଆଲର୍ଟ

ନୂଆଦିଲ୍ଲୀ,୧୬।୬: ଗୁଜରାଟର ଅନେକ ଅଞ୍ଚଳରେ ସାଇକ୍ଲୋନିକ ଷ୍ଟର୍ମ ‘ବିପର୍ଯ୍ୟୟ’ ପ୍ରଭାବ ଦେଖିବାକୁ ମିଳୁଛି। ପ୍ରବଳ ପବନରେ ବର୍ଷା ହେଉଛି। ବାତ୍ୟା ଯୋଗୁଁ ଅନେକ ଗଛ ଓ ଖମ୍ବ ଭାଙ୍ଗି ପଡିଛି। ଅନେକ ଅଞ୍ଚଳରେ ବିଜୁଳି ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଗୁରୁବାର ସାରେ ‘ବିପର୍ଯ୍ୟୟ’ ଲ୍ୟାଣ୍ଡଫଲ କରିଥିଲା। ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ଏନଡିଆରଏଫ, ଏସଡିଆରଏଫ ର ଅନେକ ଦଳ ନିୟୋଜିତ ହୋଇଛନ୍ତି ।

ସୂଚନାଯୋଗ୍ୟ, ସାଇକ୍ଲୋନିକ ଷ୍ଟର୍ମ ‘ବିପର୍ଯ୍ୟୟ’ଆରବ ସାଗରରେ ୧୦ଦିନ ପୂର୍ବରୁ ଘନିଭୂତ ହୋଇଥିବା ବେଳେ ଗୁରୁବାର ସାରେ ଗୁଜୁରାଟର କଚ୍ଛ ସ୍ଥିତ ଜାଖାଉ ବନ୍ଦରରେ ପହଞ୍ଚିଥିଲା। ବିପର୍ଯ୍ୟୟ କାରଣରୁ ଗୁଜରାଟର ଅନେକ ଜିଲ୍ଲାରେ ପ୍ରବଳ ପବନ ବହିବା ସହ ବର୍ଷା ହେଉଛି। କଚ୍ଛ ଏବଂ ସୌରାଷ୍ଟ୍ରର ଉପକୂଳ ଅଧିକ ପ୍ରଭାବିତ ହୋଇଛି। ପ୍ରବଳ ପବନ ହେତୁ ଜାଖା ଏବଂ ମାଣ୍ଡଭିରେ ଅନେକ ଗଛ, ହୋର୍ଡିଂ ଏବଂ ଇଲେକ୍ଟ୍ରିକ ପୋଲ ଉପୁଡ଼ି ଯାଇଛି।
ଜୁନ ୬ରେ ଦକ୍ଷିଣ-ମଧ୍ୟ ଆରବ ସାଗରରୁ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ଷ୍ଟର୍ମ ବିପର୍ଯ୍ୟୟ ୧୬ଜୁନରେ ଗୁଜରାଟର୯୪୦ ଗାଁ ଦେଇ ରାଜସ୍ଥାନ ଆଡକୁ ଗତି କରୁଛି। ପାଣିପାଗ ବିଭାଗ ଅନୁଯାୟୀ, ବିପର୍ଯ୍ୟୟ କାରଣରୁ ଦେଶର ଅନେକ ରାଜ୍ୟର ପାଗ ପ୍ରଭାବିତ ହୋଇଛି। ଆଗାମୀ ଦିନରେ ରାଜସ୍ଥାନ, ପଞ୍ଜାବ, ହରିୟାଣା, ଦିଲ୍ଲୀ ଏବଂ ଉତ୍ତରପ୍ରଦେଶରେ ମଧ୍ୟ ବର୍ଷା ହେବ। ପାଣିପାଗ ପୂର୍ବାନୁମାନ ଏଜେନ୍ସି ସ୍କାଏମେଟ କହିଛି ଯେ ଲ୍ୟାଣ୍ଡଫଲ ହେତୁ ଆସନ୍ତା ଚାରି ଦିନ ମଧ୍ୟରେ ଏହି ରାଜ୍ୟଗୁଡିକରେ ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri