Posted inଜାତୀୟ

ଭୟଙ୍କର ହେଉଛି ‘ବିପର୍ଯ୍ୟୟ’: ଉପକୂଳବର୍ତ୍ତୀ ଅଞ୍ଚଳରୁ ୭,୫୦୦ ଲୋକଙ୍କୁ ସ୍ଥାନାନ୍ତର, ୬୭ ଟ୍ରେନ ବାତିଲ

ନୂଆଦିଲ୍ଲୀ,୧୩।୬: ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’ଗୁରୁବାର ଗୁଜରାଟର କଚ୍ଛରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଗୁଜରାଟ ଉପକୂଳ ନିକଟରେ ଉଚ୍ଚ ତରଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଉପକୂଳବର୍ତ୍ତୀ ମୁମ୍ବାଇ ସହର ଆଲର୍ଟ ଥିବାବେଳେ ଗୁଜରାଟର ଉପକୂଳବର୍ତ୍ତୀ ଅଞ୍ଚଳରୁ ୭,୫୦୦ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଏଥିସହିତ ‘ବିପର୍ଯ୍ୟୟ’କାରଣରୁ ପଶ୍ଚିମ ରେଳ ଗୁଜରାଟର ଉପକୂଳବର୍ତ୍ତୀ ଅଞ୍ଚଳକୁ ଯାଉଥିବା ୬୭ଟି ଟ୍ରେନକୁ ବାତିଲ କରଦିଆଯାଇଛି। ଜୁନ ୧୨ରୁ ୧୫ପର୍ଯ୍ୟନ୍ତ କିଛି ଟ୍ରେନ ଏକ କିମ୍ବା ଅଧିକ ଦିନ ପାଇଁ ବାତିଲ ହୋଇଛି। ଏଥିମଧ୍ୟରେ ଦିଲ୍ଲୀ ସରାଇ ରୋହିଲା-ଓଖା, ଓଖା ରାଜକୋଟ ସଂରକ୍ଷିତ, ଅହମ୍ମଦାବାଦ-ଭାରାଭାଲ ଏକ୍ସପ୍ରେସ, ଇନ୍ଦୋର-ଭାରାଭାଲ ମହାମାନା ଏକ୍ସପ୍ରେସ ରହିଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁଜରାଟର କେତେକ ଅଞ୍ଚଳରେ ଅରେଞ୍ଜ ଆଲର୍ଟ ଜାରି କରିଛି। ଆଇଏମଡି ଅହମ୍ମଦାବାଦ କେନ୍ଦ୍ରର ନିର୍ଦ୍ଦେଶକ ମନୋରାମା ମହାନ୍ତି କହିଛନ୍ତି ଯେ, ଏହି ଘୂର୍ଣ୍ଣିବଳୟ ଜୁନ ୧୫ରେ କୁଚ୍ଛ ଜିଲାର ଜାଖା ବନ୍ଦର ନିକଟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି। ଏହା ପୂର୍ବରୁ ୧୩୫-୧୪୫ କିଲୋମିଟରରୁ ୧୫୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri