ପୁରୀରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି ସମୁଦ୍ରକୁ ଚାଲି ଯାଇପାରେ। ଯଦି ଦିଗ ବଦଳାଏ ତେବେ ସ୍ଥଳଭାଗ ନ ଛୁଇଁ ଓଡ଼ିଶା ଉପକୂଳ ଦେଇ ଚାଲିଯାଇପାରେ। ସ୍ଥଳଭାଗ ନିକଟ ହେଲେ ସର୍ବାଧିକ ୯୦ରୁ ୧୦୦ କିମି ପବନ ବହିପାରେ। ଆଇଏମ୍‌ଡି ଆକଳନ ଅନୁସାରେ ଏପରି ସୂଚନା ଦେଇଛନ୍ତି ଏସ୍‌ଆରସି ପ୍ରଦୀପ ଜେନା ।

ଆସନ୍ତାକାଲି ଅପରାହ୍ନରୁ ପବନର ବେଗ ବଢ଼ିବାର ଆଶଙ୍କା କରିଛି। ତେଣୁ ଆସନ୍ତାକାଲି ଅପରାହ୍ନରୁ ୫ ତାରିଖ ସକାଳ ଯାଏ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି । ଏଥିସହ ବଜାରରେ ଖାଦ୍ୟ ଶସ୍ୟ ଯଥେଷ୍ଟ ମାତ୍ରାରେ ମହଜୁଦ ଅଛି। ତେଣୁ ବାତ୍ୟା ପାଇଁ ଅଯଥା ବଜାରରେ ଭିଡ଼ ନ କରି ଆବଶ୍ୟକତାଠୁ ଅଧିକ ଜିନିଷ ମହଜୁଦ୍‌ ନ କରିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି।

ସୂଚନାଯୋଗ୍ୟ, ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ବାତ୍ୟାରେ ପରିଣତ ହେବ। ଆସନ୍ତାକାଲି ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର-ଓଡ଼ିଶା ଉପକୂଳରେ ବାତ୍ୟା ପହଞ୍ଚିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏବେ ଘଣ୍ଟା ପ୍ରତି ୩୨ କିଲୋମିଟର ବେଗରେ ଉପକୂଳ ମୁହାଁ ହେଉଛି ବାତ୍ୟା ।

ସୂଚନାଯୋଗ୍ୟ, ଗୋପାଳପୁରଠାରୁ ୬୭୦ ଓ ପାରାଦୀପଠୁ ୭୬୦ କିଲୋମିଟର ଦୂରରେ ରହିଛି ‘ଜଓ୍ବାଦ’। ଏହାର ପ୍ରଭାବରେ ଶନିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲାକୁ  ରେଡ ଓ୍ବାର୍ନିଂ ଦିଆଯାଇଛି। ଓଡ଼ିଶାର ସମସ୍ତ ବନ୍ଦର ପାଇଁ ୧ ନମ୍ବର ବିପଦ ସଂକେତ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?