ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ବାତ୍ୟାର ଆଶଙ୍କା ସୃଷ୍ଟି ହୋଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।
ଏହା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ପ୍ରଣାଳୀର ଗତିପଥ ଓ ତୀବ୍ରତା ସମ୍ପର୍କରେ ଅଧିକ ସ୍ପଷ୍ଟ ସୂଚନା ମିଳିବ। ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।