ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଭଳିସ୍ଥିତିରେ ସୋମବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ହସ୍ପିଟାଲରେ ପହଞ୍ଚି ଚିକତ୍ସାଧୀନଙ୍କୁ ଭେଟି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ମଙ୍ଗଳବାର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ମେଡିକାଲରେ ପହଞ୍ଚି ଆହତଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

ଏପରିକି ଏମ୍‌ପି ନାୟକ ଡାକ୍ତରଙ୍କ ସହ ଆଲୋଚନା କରି ଆହତମାନଙ୍କୁ ସମସ୍ତ ପ୍ରକାର ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଘୂର୍ଣ୍ଣି ଝଡ଼ ପ୍ରଭାବିତ ପରିବାରଙ୍କ ପ୍ରତି ସରକାର ସମସ୍ତ ସହଯୋଗ କରିବାକୁ ପ୍ରସ୍ତୁତ ବୋଲି ଏମ୍‌ପି କହିଛନ୍ତି। ଏନେଇ ମେଡିକାଲ କଲେଜର ସୁପରିଟେଡେଣ୍ଟ ଡାକ୍ତର ମହେନ୍ଦ୍ର କୁମାର ନାୟକ କହିଛନ୍ତି, ୧୦ ଜଣ ଆହତ ହୋଇ ହସ୍ପିଟାଲକୁ ଆସିଥିଲେ। ସେଥିରୁ ଅଧିକ ଚିକିତ୍ସା ପାଇଁ ୫ଜଣଙ୍କୁ କଟକ ପଠାଯାଇଛି। ଅନ୍ୟ ୫ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ଅବସ୍ଥା ଠିକ୍‌ ଥିବା ସେ କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଏବେ ଦିଦି କଲେ ଏମିତି ଘୋଷଣା, ସମସ୍ତେ ଆଶ୍ଚର୍ଯ୍ୟ

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?