ଆସୁଛି ବାତ୍ୟା ‘ଦାନା’, ଜାଣନ୍ତୁ କେଉଁ ଜିଲାରେ କେତେ ବେଗରେ ହେବ ପବନ

ଭୁବନେଶ୍ୱର,୨୧।୧୦: ବାତ୍ୟା ‘ଦାନା’ ବଙ୍ଗୋପସାଗରରେ ଶକ୍ତି ଜୁଟାଉଥିବା ବେଳେ ଏହା ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱର ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ କେଉଁ ଜିଲାରେ କେତେ ବେଗରେ ପବନ ହେବ ସେ ନେଇ ସୂଚନା ଜାରି କରାଯାଇଛି।

ପୂର୍ବାନୁମାନ ଅନୁଯାୟୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ବାଲେଶ୍ୱରରେ ପବନର ବେଗ ୧୦୦ ରୁ ୧୧୦ କିଲୋମିଟର ବା ସର୍ବାଧିକ ବେଗରେ ୧୨୦ କିଲୋମିଟର ବେଗରେ ଗତି କରିବାର ସମ୍ଭାବନା ରହିଛି।

ସେହିଭଳି ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାଗୁଡିକରେ ୬୦ ରୁ ୯୦ କିଲୋମିଟର ବେଗରେ, ସର୍ବାଧିକ ୧୦୦ କିଲୋମିଟର ବେଗରେ ପବନର ବେଗ ଅନୁଭବ କରିବାର ସମ୍ଭାବନା ରହିଛି।

ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, ଦେଓଗଡ, ସୁନ୍ଦରଗଡ ଜିଲାର ବିଭିନ୍ନ ସ୍ଥାନରେ ପବନର ବେଗ ୫୦ ରୁ ୬୦ କିଲୋମିଟର ବେଗରେ, ସର୍ବାଧିକ ୭୦ କିଲୋମିଟର ରହିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦିଗରେ ଯାଇ ବାଲେଶ୍ୱର ଏବଂ ସାଗର ଆଇଲାଣ୍ଡ ମଧ୍ୟରେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ସମୟରେ ବାତ୍ୟା ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ ବୋଲି ପାଣିପାଗ ବିଭାଗ କହିଛି।

ବାତ୍ୟା ପ୍ରଭାବରେ ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ। ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଉର୍ଦ୍ଧ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri