ଆସୁଛି ବାତ୍ୟା, ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣ ଖୋଲିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ପ୍ରସ୍ତୁତି ଜୋରଦାର ଚଳାଇଛନ୍ତି। ବାତ୍ୟା ସମୟରେ ହେବାକୁ ଥିବା ଦ୍ରୁତ ପବନକୁ ନଜରରେ ରଖି ଢେଙ୍କାନାଳ ଏବଂ କେନ୍ଦ୍ରାପଡା ଲକ୍ଷ୍ମୀପୂଜା କମିଟି ମାନଙ୍କୁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣମାନ ଖୋଲିବାକୁ କୁହାଯାଇଛି। ସେହିପରି କେନ୍ଦ୍ରାପଡ଼ାରେ ୨୩ ତାରିଖ ସୁଦ୍ଧା ବିସର୍ଜନ ସାରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। ଜିଲା ପ୍ରଶାସନ ଏବଂ ପୂଜା ଅନୁଷ୍ଠାନ ମଧ୍ୟରେ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଢେଙ୍କାନାଳରେ ଲକ୍ଷ୍ମୀପୂଜା ପାଇଁ ବାହାରୁ ଆସିଥିବା ବ୍ୟବସାୟୀ ମାନଙ୍କୁ ମଧ୍ୟ ନିଜ ଘରକୁ ଫେରିଯିବାକୁ କୁହାଯାଇଛି।

ବଙ୍ଗୋପସାଗରରେ ସକ୍ରିୟ ଅବପାତ ବର୍ତ୍ତମାନ ଦକ୍ଷିଣପୂର୍ବ ଦିଗରେ ପାରାଦ୍ୱୀପ ଠାରୁ ୭୦୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା କାଲି ୨୩ତାରିଖ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଗୋଟିଏ ବାତ୍ୟାରେ ରୂପ ନେବାର ସମ୍ଭାବନା ରହିଛି।

ସେପଟେ ବାତ୍ୟା ଯୋଗୁଁ ସବୁ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ହସ୍ପିଟାଲରେ ୨୪ ଘଣ୍ଟିଆ ପାଓ୍ୱାର ବ୍ୟାକ୍ ଅପ୍ ରଖିବାକୁ କୁହାଯାଇଛି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍ ପଠାଯାଇ ସେବା ଦିଆଯିବ। ସରକାର ରାଜ୍ୟ ଓ ବ୍ଲକସ୍ତରରେ କଣ୍ଟ୍ରୋଲ ରୁମ୍ କରି ମନିଟର କରୁଥିବା ବେଳେ ସୋମବାର ଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri