ଶକ୍ତିଶାଳୀ ହେଉଛି ବାତ୍ୟା ‘ଦାନା’, ଏହି ତିନି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୧୦: ଆଣ୍ଡାମାନ୍‌ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିl ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ ବେଳକୁ ଏକ ବାତ୍ୟାର ରୁପନେବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଗଛ ଉପୁଡ଼ିପାରେ, ତଳିଆ ଅଞ୍ଚଳରେ ପାଣି ମଧ୍ୟ ଜମିପାରେl ଭୟଭୀତ ନ ହୋଇ ନିରାପଦରେ ରହିବାକୁ ପଦକ୍ଷେପ ନେବାକୁ କହିଛନ୍ତି ପାଣିପାଗ ନିର୍ଦ୍ଦେଶିକା। ସୂଚନା ଅନୁସାରେ ଆସନ୍ତା ଗୁରୁବାର ୨୪ ତାରିଖ ଦିନ ବାତ୍ୟା ଓଡ଼ିଶା ପଶ୍ଚିମ ଉପକୂଳ ଛୁଇଁବ। ହେଲେ ବାତ୍ୟା ନିର୍ଦ୍ଦିଷ୍ଟ ସମୟ ଏବଂ କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ, ତା’ର ପୂର୍ବାନୁମାନ ପାଣିପାଗ ବିଭାଗ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ କରାଯାଇ ନାହିଁ।

ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ସେହିଭଳି କେତେକ ସ୍ଥାନରେ ଆସନ୍ତା ଗୁରୁବାର ଏବଂ ଶୁକ୍ରବାର ଦିନ ୩୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥ – ଜି.ଏଫ୍‌.ଏସ୍‌.ର ମଡେଲ୍‌ ଅନୁସାରେ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନ ୧୪୦ରୁ ୧୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ଅଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବିଭିନ୍ନ ସ୍ତରରେ ଅଧିକାରୀମାନଙ୍କ ସହିତ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବାତ୍ୟା ମୁକାବିଲଶ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀମାନଙ୍କର ଛୁଟି ବାତିଲ୍‌ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri