ଶକ୍ତିଶାଳୀ ହେଉଛି ବାତ୍ୟା ‘ଦାନା’, ଏହି ତିନି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୧୦: ଆଣ୍ଡାମାନ୍‌ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିl ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ ବେଳକୁ ଏକ ବାତ୍ୟାର ରୁପନେବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଗଛ ଉପୁଡ଼ିପାରେ, ତଳିଆ ଅଞ୍ଚଳରେ ପାଣି ମଧ୍ୟ ଜମିପାରେl ଭୟଭୀତ ନ ହୋଇ ନିରାପଦରେ ରହିବାକୁ ପଦକ୍ଷେପ ନେବାକୁ କହିଛନ୍ତି ପାଣିପାଗ ନିର୍ଦ୍ଦେଶିକା। ସୂଚନା ଅନୁସାରେ ଆସନ୍ତା ଗୁରୁବାର ୨୪ ତାରିଖ ଦିନ ବାତ୍ୟା ଓଡ଼ିଶା ପଶ୍ଚିମ ଉପକୂଳ ଛୁଇଁବ। ହେଲେ ବାତ୍ୟା ନିର୍ଦ୍ଦିଷ୍ଟ ସମୟ ଏବଂ କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ, ତା’ର ପୂର୍ବାନୁମାନ ପାଣିପାଗ ବିଭାଗ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ କରାଯାଇ ନାହିଁ।

ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ସେହିଭଳି କେତେକ ସ୍ଥାନରେ ଆସନ୍ତା ଗୁରୁବାର ଏବଂ ଶୁକ୍ରବାର ଦିନ ୩୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥ – ଜି.ଏଫ୍‌.ଏସ୍‌.ର ମଡେଲ୍‌ ଅନୁସାରେ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନ ୧୪୦ରୁ ୧୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ଅଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବିଭିନ୍ନ ସ୍ତରରେ ଅଧିକାରୀମାନଙ୍କ ସହିତ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବାତ୍ୟା ମୁକାବିଲଶ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀମାନଙ୍କର ଛୁଟି ବାତିଲ୍‌ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri