ଶ୍ରୀଲଙ୍କାରେ ପ୍ରଳୟ ରଚିବା ପରେ ଭାରତ ମୁହାଁ ବାତ୍ୟା ଡିଟ୍‌ଓ୍ବା: ଆଜି ସନ୍ଧ୍ୟାରେ ଲାଣ୍ଡଫଲ

ପୁଡୁଚେରୀ,୩୦।୧: ବାତ୍ୟା ଡିଟ୍‌ଓ୍ବା ଶ୍ରୀଲଙ୍କାରେ ପ୍ରଳୟ ରଚିଛି। ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ ଘଟି ରବିବାର ମୃତ୍ୟୁସଂଖ୍ୟା ୧୫୧ରେ ପହଞ୍ଚିଥିବା ବେଳେ ଶତାଧିକ ଲୋକ ନିଖୋଜ ଅଛନ୍ତି। ୨୦,୦୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ବେଳେ ୭୮,୦୦୦ ଲୋକ ସରକାରୀ ଆଶ୍ରୟ ସ୍ଥଳରେ ରହିଥିବା ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏନେଇ ଶ୍ରୀଲଙ୍କା ସରକାର ଜରୁରୀ ସ୍ଥିତି ଘୋଷଣା କରିବା ସହ ଅନ୍ତର୍ଜାତୀୟ ସହାୟତା ଲୋଡ଼ିଛନ୍ତି।

ଏଭଳି ସ୍ଥିତିରେ ବାତ୍ୟା ଡିଟ୍‌ଓ୍ବା ଧୀରେ ଧୀରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ମୁହାଁଇଛି। ଭାରତ ପାଣିପାଗ ବିଭାଗ (IMD) ସୂଚନା ଅନୁଯାୟୀ, ବାତ୍ୟା ଡିଟ୍‌ଓ୍ବା ପ୍ରଭାବରେ ଦକ୍ଷିଣ ଭାରତର ଅନେକ ରାଜ୍ୟରେ ପ୍ରବଳ ବର୍ଷା ଏବଂ ପବନ ବହିବା ଜାରି ରହିଛି। ତାମିଲନାଡୁର ଉପକୂଳବର୍ତ୍ତୀ ଜିଲା ବିଶେଷକରି ନାଗାପଟ୍ଟିନମ, ତାଞ୍ଜାଭୁର, ତିରୁଭରୁର, ମୟିଲାଦୁଥୁରାଇ, କୁଡାଲୋର ଏବଂ ଚେଙ୍ଗାଲପଟୁରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଯାହା ଫଳରେ ସମ୍ପୃକ୍ତ ଅଞ୍ଚଳରେ ଜଳବନ୍ଦୀ ଏବଂ ବନ୍ୟା ସୃଷ୍ଟି ହୋଇଛି।

ଘୂର୍ଣ୍ଣିଝଡ଼ ଉପକୂଳରେ ସମାନ୍ତରାଳ ଭାବରେ ଗତି କରିବ ବୋଲି ଆଶା କରାଯାଉଛି, ଯାହା ଉତ୍ତର ତାମିଲନାଡୁ ଏବଂ ପୁଡୁଚେରୀର ଉପକୂଳବର୍ତ୍ତୀ ଅଞ୍ଚଳରେ ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିବ। ଏପରିକି ବେଳେବେଳେ ୯୦ କିଲୋମିଟର ଗତିରେ ମଧ୍ୟ ପବନ ବହିବ ବୋଲି ଆଶଙ୍କା କରାଯାଇଛି।

ପ୍ରବଳ, ବର୍ଷା ସାଧାରଣ ଜୀବନକୁ ଗୁରୁତର ଭାବରେ ବାଧାପ୍ରାପ୍ତ କରିଛି। ଅନେକ ସ୍ଥାନରେ ଗଛ ଉପୁଡ଼ିବା ସହ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି କ୍ଷତିଗ୍ରସ୍ତ ହୋଇଛି। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଚେନ୍ନାଇ ଏବଂ ଅନ୍ୟାନ୍ୟ ପ୍ରଭାବିତ ଜିଲାଗୁଡ଼ିକରେ ବିମାନ ଏବଂ ରେଳ ସେବା ବାଧାପ୍ରାପ୍ତ ହୋଇଛି। ଏପରିକି ସ୍କୁଲ ଏବଂ କଲେଜଗୁଡ଼ିକୁ ବନ୍ଦ କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ କଡ଼ା ପରାମର୍ଶ ଦିଆଯାଇଛି।

ରାଜ୍ୟ ସରକାର ଏବଂ ଜାତୀୟ ବିପର୍ଯ୍ୟୟ ପ୍ରତିକ୍ରିୟା ବାହିନୀ (NDRF) ଦଳ ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା କରିବା ଏବଂ ରିଲିଫ ଓ ଉଦ୍ଧାର କାର୍ଯ୍ୟ କରିବା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହଛି। ଏପରିକି ପାଗର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ଆଗାମୀ କିଛି ଦିନ ପାଇଁ ଅଞ୍ଚଳରେ ରେଡ୍‌ ଆଲର୍ଟ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?