ଶ୍ରୀଲଙ୍କାରେ ପ୍ରଳୟ ରଚିଲା ବାତ୍ୟା ଡିଟ୍‌ଓ୍ବା: ୧୫୧ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

କଲମ୍ବୋ,୨୯ା୧୧ ବାତ୍ୟା ଡିଟ୍‌ଓ୍ବା ଜନିତ ପ୍ରବଳ ବର୍ଷାରେ ଶ୍ରୀଲଙ୍କାରେ ବନ୍ୟା ଏବଂ ଭୂସ୍ଖଳନ ଘଟି ରବିବାର ମୃତ୍ୟୁସଂଖ୍ୟା ୧୫୧ରେ ପହଞ୍ଚିଥିବା ବେଳେ ଶତାଧିକ ଲୋକ ନିଖୋଜ ଅଛନ୍ତି। ୨୦,୦୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ବେଳେ ୭୮,୦୦୦ ଲୋକ ସରକାରୀ ଆଶ୍ରୟ ସ୍ଥଳରେ ରହିଥିବା ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏନେଇ ଶ୍ରୀଲଙ୍କା ସରକାର ଜରୁରୀ ସ୍ଥିତି ଘୋଷଣା କରିବା ସହ ଅନ୍ତର୍ଜାତୀୟ ସହାୟତା ଲୋଡ଼ିଛନ୍ତି।

ଶ୍ରୀଲଙ୍କାରେ ସପ୍ତାହେ ହେଲା ବର୍ଷା ଲାଗିରହିଥିବା ବେଳେ ବିପର୍ଯ୍ୟୟ ସୃଷ୍ଟି କରିଛି। ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ଦେଶରେ ଜରୁରୀ ଆଇନ ଲାଗୁ କରିଛନ୍ତି। ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ସେନାର ୩ ବାହିନୀକୁ ନିୟୋଜିତ କରାଯାଇଛି। ବାତ୍ୟା ଭାରତ ଆଡ଼େ ଅଗ୍ରସର ହେଉଥିବା ବେଳେ କଲମ୍ବୋର ପୂର୍ବରେ ଥିବା କାଣ୍ଡି ଜିଲାରେ ଭୂସ୍ଖଳନ ଘଟି ମୁଖ୍ୟ ରାସ୍ତାର ଅନେକ ଭାଗ ଜଳାର୍ଣ୍ଣବ ହୋଇଯାଇଛି। ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ୍‌ ରହିଛି। କେଲାନି ନଦୀକୂଳର ଲୋକମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ବାତ୍ୟାରେ ୫ ଲକ୍ଷ ଲୋକ ପ୍ରଭାବିତ ହୋଇଥିବାବେଳେ ବିଦେଶରେ ଥିବା ଶ୍ରୀଲଙ୍କା ନାଗରିକ ସହାୟତା ପଠାଇବା ପାଇଁ ସରକାର ନିବେଦନ କରିଛନ୍ତି।

ଶ୍ରୀଲଙ୍କାର ବାତ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କ ସହାୟତା ପାଇଁ ଭାରତୀୟ ବାୟୁସେନା ୨୧ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଛି। ଏଥିସହିତ ଉଦ୍ଧାର କାର୍ଯ୍ୟରେ ସହାୟତା ନିମନ୍ତେ ଭାରତ ୮୦ ଜଣ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ ଏବଂ ୮ ଟନ୍‌ ଉପକରଣ ପଠାଇଥିବା ଜଣାପଡ଼ିଛି। ଶ୍ରୀଲଙ୍କାରେ ବିପର୍ଯ୍ୟୟ ଖବର ପାଇବା ପରେ ଭାରତ ତୁରନ୍ତ ଅପରେଶନ ସାଗରବିନ୍ଦୁ ଜରିଆରେ ସହାୟତା ପଠାଇଥିଲା ବୋଲି ବାୟୁସେନା ପକ୍ଷରୁ କୁହାଯାଇଛି। ଭାରତୀୟ ବାୟୁସେନାର ଗୋଟିଏ ସି-୧୩୦ ଏବଂ ଗୋଟିଏ ଆଇଏଲ୍‌-୭୬ ବିମାନକୁ ରିଲିଫ୍‌ ପଠାଇବା କାର୍ଯ୍ୟରେ ନିୟୋଜିତ କରାଯାଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri