ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବ: ଏସବୁ ଜିଲାରେ ବର୍ଷା….

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ)- ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ଡିଗ୍ରୀ ହ୍ରାସ ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରାୟ ୨ରୁ ୪ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଛି। ଅପରପକ୍ଷେ ଗତ ୨୪ଘଣ୍ଟାରେ ଗଜପତି, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, କନ୍ଧମାଳ, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଜିଲାଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ହାଲୁକାରୁ ହାଲୁକା ଧରଣର ବର୍ଷା ହୋଇଛି। ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କଳାହାଣ୍ଡି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ କୁହୁଡି ପଡିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମଙ୍ଗଳବାର ଏବଂ ବୁଧବାର ସୁନ୍ଦରଗଡ଼, ଝାରସୁଗୁଡା, କୋରାପୁଟ ଏବଂ ଅନୁଗୁଳ ଜିଲାଗୁଡିକର ଘନ କୁହୁଡି ପଡିବା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ପାଗ ବର୍ତ୍ତମାନ ଶୁଖିଲା ରହିଥିବାବେଳେ ଡିସେମ୍ବର ୬ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ କୌଣସି ସୂଚନା ଦିଆଯାଇ ନାହିଁ। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଦାରିଙ୍ଗିବାଡିଠାରେ ୧୧.୫ ଡିଗ୍ରୀ ହୋଇଥିବାବେଳେ, ସର୍ବାଧିକ ୨୯.୨ ଡିଗ୍ରୀ ପୁରୀଠାରେ ରେକର୍ଡ ହୋଇଥିଲା। ସେହିପରି ଝାରସୁଗୁଡାରେ ୧୩.୭ ଡିଗ୍ରୀ, ବୌଦ୍ଧ ୧୩.୮ ଡିଗ୍ରୀ, ଫୁଲବାଣୀ, କେନ୍ଦୁଝରଗଡ ଏବଂ ବୌଦ୍ଧରେ ୧୪ଡିଗ୍ରୀ, କୋରାପୁଟରେ ୧୪.୨ ଡିଗ୍ରୀ, ରାଉରକେଲାରେ ୧୪.୫ ଡିଗ୍ରୀ, ଅନୁଗୁଳ ଓ ଢେଙ୍କାନାଳରେ ୧୪.୬ ଡିଗ୍ରୀ, କଟକରେ ୧୫.୬ ଡିଗ୍ରୀ, ଭୁବନେଶ୍ୱରରେ ୧୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ତାମିଲନାଡୁ-ପୁଡୁଚେରୀ ଉପକୂଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ (ଘୂର୍ଣ୍ଣିଝର ଡିଟ୍‌ଓ୍ବାର ଅବଶିଷ୍ଟାଂଶ) ସୋମବାର ସକାଳ ୮.୩୦ରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ତାମିଲନାଡି-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଉପରେ କେନ୍ଦ୍ରୀତ ହୋଇଥିଲା। ଏହା ଉତ୍ତର ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ସହିତ ସମାନ୍ତରାଳ ଭାବେ ଧୀରେ ଧୀରେ ଉତ୍ତର ଆଡକୁ ଗତି କରି ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ପ୍ରଣାଳୀ ସୋମବାର ମଧ୍ୟାହ୍ନ ସୁଦ୍ଧା ଚେନ୍ନାଇ ଉପକୂଳରୁ ଅତି କମ୍‌ରେ ୩୦ କି.ମି. ଦୂରତା ମଧ୍ୟରେ ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ କେନ୍ଦ୍ରୀତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri