ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବ: ଏସବୁ ଜିଲାରେ ବର୍ଷା….

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ)- ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ଡିଗ୍ରୀ ହ୍ରାସ ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରାୟ ୨ରୁ ୪ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଛି। ଅପରପକ୍ଷେ ଗତ ୨୪ଘଣ୍ଟାରେ ଗଜପତି, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, କନ୍ଧମାଳ, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଜିଲାଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ହାଲୁକାରୁ ହାଲୁକା ଧରଣର ବର୍ଷା ହୋଇଛି। ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କଳାହାଣ୍ଡି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ କୁହୁଡି ପଡିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମଙ୍ଗଳବାର ଏବଂ ବୁଧବାର ସୁନ୍ଦରଗଡ଼, ଝାରସୁଗୁଡା, କୋରାପୁଟ ଏବଂ ଅନୁଗୁଳ ଜିଲାଗୁଡିକର ଘନ କୁହୁଡି ପଡିବା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ପାଗ ବର୍ତ୍ତମାନ ଶୁଖିଲା ରହିଥିବାବେଳେ ଡିସେମ୍ବର ୬ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ କୌଣସି ସୂଚନା ଦିଆଯାଇ ନାହିଁ। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଦାରିଙ୍ଗିବାଡିଠାରେ ୧୧.୫ ଡିଗ୍ରୀ ହୋଇଥିବାବେଳେ, ସର୍ବାଧିକ ୨୯.୨ ଡିଗ୍ରୀ ପୁରୀଠାରେ ରେକର୍ଡ ହୋଇଥିଲା। ସେହିପରି ଝାରସୁଗୁଡାରେ ୧୩.୭ ଡିଗ୍ରୀ, ବୌଦ୍ଧ ୧୩.୮ ଡିଗ୍ରୀ, ଫୁଲବାଣୀ, କେନ୍ଦୁଝରଗଡ ଏବଂ ବୌଦ୍ଧରେ ୧୪ଡିଗ୍ରୀ, କୋରାପୁଟରେ ୧୪.୨ ଡିଗ୍ରୀ, ରାଉରକେଲାରେ ୧୪.୫ ଡିଗ୍ରୀ, ଅନୁଗୁଳ ଓ ଢେଙ୍କାନାଳରେ ୧୪.୬ ଡିଗ୍ରୀ, କଟକରେ ୧୫.୬ ଡିଗ୍ରୀ, ଭୁବନେଶ୍ୱରରେ ୧୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ତାମିଲନାଡୁ-ପୁଡୁଚେରୀ ଉପକୂଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ (ଘୂର୍ଣ୍ଣିଝର ଡିଟ୍‌ଓ୍ବାର ଅବଶିଷ୍ଟାଂଶ) ସୋମବାର ସକାଳ ୮.୩୦ରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ତାମିଲନାଡି-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଉପରେ କେନ୍ଦ୍ରୀତ ହୋଇଥିଲା। ଏହା ଉତ୍ତର ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ସହିତ ସମାନ୍ତରାଳ ଭାବେ ଧୀରେ ଧୀରେ ଉତ୍ତର ଆଡକୁ ଗତି କରି ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ପ୍ରଣାଳୀ ସୋମବାର ମଧ୍ୟାହ୍ନ ସୁଦ୍ଧା ଚେନ୍ନାଇ ଉପକୂଳରୁ ଅତି କମ୍‌ରେ ୩୦ କି.ମି. ଦୂରତା ମଧ୍ୟରେ ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ କେନ୍ଦ୍ରୀତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?