Posted inଜାତୀୟ

ତୀବ୍ର ହେଉଛି ବାତ୍ୟା ‘ଫେଙ୍ଗାଲ’: ପ୍ରବଳ ବର୍ଷା ସାଙ୍ଗକୁ ବହିବ ପବନ, ଆଇଏମ୍‌ଡି ଡିଜି କହିଲେ…

ନୂଆଦିଲ୍ଲୀ,୩୦ା୧୧: ବଙ୍ଗୋପସାଗରରେ ସାଇକ୍ଲୋନ୍‌ ଫେଙ୍ଗାଲ ତୀବ୍ର ହେବାରେ ଲାଗିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଗୁଜବକୁ ବିଶ୍ୱାସ ନ କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର।

ଆଜି ଅପରାହ୍ନରେ ତାମିଲନାଡୁ-ପୁଡୁଚେରୀ ମଝିରେ ଲ୍ୟାଣ୍ଡଫଲ୍ କରିବ ଫେଙ୍ଗାଲ।  ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଚେନ୍ନାଇ, କାଞ୍ଚିପୁରମ, ତିରୁଭାଲୁର ଏବଂ ଚେଙ୍ଗଲପାଟ୍ଟୁ ଜିଲାର ସମସ୍ତ ସ୍କୁଲ ଓ କଲେଜ ବନ୍ଦ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ କୌଣସି ବିଶେଷ କାର୍ଯ୍ୟ କିମ୍ବା ପରୀକ୍ଷା କରାଯିବ ନାହିଁ। ଏହା ବ୍ୟତୀତ ଇଷ୍ଟକୋଷ୍ଟ ରୋଡ (ECR) ଏବଂ ପୁରୁଣା ମହାବଲିପୁରମ ରୋଡ (OMR) ଭଳି ଗୁରୁତ୍ୱପୂର୍ଣ୍ଣ ମାର୍ଗରେ ଜନସାଧାରଣ ପରିବହନ ସେବା ମଧ୍ୟ ସାମୟିକ ଭାବେ ବନ୍ଦ ହୋଇଯାଇଛି।

ସୂଚନାନୁସାରେ, ଘୂର୍ଣ୍ଣିବଳୟ ଯୋଗୁ ତାମିଲନାଡୁର ଆଭ୍ୟନ୍ତରୀଣ ଅଞ୍ଚଳରେ ଡିସେମ୍ବର ୨ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଡିସେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ସେପଟେ ତାମିଲନାଡୁ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଜନସାଧାରଣଙ୍କ ପାଇଁ ଜରୁରୀକାଳୀନ ନମ୍ବର ୧୧୨ ଏବଂ ୧୦୭୭ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri