Posted inଜାତୀୟ

ଲ୍ୟାଣ୍ଡଫଲ କଲା ବାତ୍ୟା ‘ଫେଙ୍ଗାଲ’, ପବନ ସହ ପ୍ରବଳ ବର୍ଷା

ଚେନ୍ନାଇ,୩୦।୧୧: ଶନିବାର ତାମିଲନାଡୁ ଏବଂ ପୁଡୁଚେରୀ ନିକଟରେ ସାଇକ୍ଲୋନ ଫେଙ୍ଗାଲ ସ୍ଥଳଭାଗ ଛୁଇଁଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଏହି ଘୂର୍ଣ୍ଣିବଳୟ ଆସନ୍ତା ତିନିରୁ ଚାରି ଘଣ୍ଟା ମଧ୍ୟରେ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ମଧ୍ୟ ଦେଇ ଅତିକ୍ରମ କରିବ। ଏବେ, ଏହି ତିନିରୁ ଚାରି ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ ହୋଇପାରେ। ଘୂର୍ଣ୍ଣିବଳୟ ଯୋଗୁଁ ଏହି ଅଞ୍ଚଳରେ ପ୍ରବଳ ବର୍ଷା, ପ୍ରବଳ ପବନ ଓ ଭୂସ୍ଖଳନ ହୋଇଥିଲା। ତେବେ ଏହାପୂର୍ବରୁ ଚେନ୍ନାଇରେ ଟ୍ରେନ ସେବା, ବିମାନବନ୍ଦରରେ ବିମାନ ଉଡ଼ାଣ ବାତିଲ କରାଯାଇଥିଲା ଏବଂ ଲୋକଙ୍କୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେତୁ ସହରର ଅନେକ ଡାକ୍ତରଖାନା ଏବଂ ଘର ଜଳବନ୍ଦୀ ହୋଇ ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଅତିରିକ୍ତ ମହାନିର୍ଦ୍ଦେଶକ ଏସ ବାଲାଚନ୍ଦ୍ରନ କହିଛନ୍ତି ଯେ ଶନିବାର ସା ପ୍ରାୟ ୫ଟା ୩୦ରେ ଏହି ଘୂର୍ଣ୍ଣିବଳୟର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପୁଡୁଚେରୀ ଅଞ୍ଚଳ ନିକଟରେ ଏହା ଲ୍ୟାଣ୍ଡଫଲ କରୁଥିବା ସେ ନିଶ୍ଚିତ କରିଛନ୍ତି ଏବଂ ପ୍ରାୟ ଚାରି ଘଣ୍ଟା ମଧ୍ୟରେ ଏହି ପ୍ରକ୍ରିୟା ଶେଷ ହେବ ବୋଲି ଆକଳନ କରିଛନ୍ତି। ଘୂର୍ଣ୍ଣିବଳୟ ପୁଡୁଚେରୀରେ ପହଞ୍ଚିବା ପୂର୍ବରୁ କର୍ତ୍ତୃପକ୍ଷ ମଧ୍ୟ ଏକ ଚେତାବନୀ ଦେଇଛନ୍ତି। ଶନିବାର ପ୍ରବଳ ବର୍ଷା ହେତୁ ପ୍ରାୟ ୧୨ ଲକ୍ଷ ଲୋକ ସତର୍କ ରହିବାକୁ ଏସଏମଏସ ଆଲର୍ଟ ମିଳିଛି।
ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟର ଅନେକ ଜିଲାରେ ସ୍କୁଲ ଓ କଲେଜ ବନ୍ଦ ରହିଛି। ଏହି କାରଣରୁ ଶହ ଶହ ଲୋକ ସୁରକ୍ଷିତ ସ୍ଥାନକୁ ଯାଇଛନ୍ତି। ପୁଡୁଚେରୀର ତଳ ଅଞ୍ଚଳରେ ରହୁଥିବା ଲୋକଙ୍କୁ ମଧ୍ୟ ସେଠାରୁ ସ୍ଥାନାନ୍ତର କରାଯାଇଛି। ଲୋକଙ୍କୁ ଅଧିକ ସତର୍କ ରହିବାକୁ ପ୍ରଶାସନ କହିଛି।
ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଏବଂ ରାୟଲସିମା ଅଞ୍ଚଳରେ ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ପୂର୍ବାନୁମାନ କରାଯାଇଛି। ନେଲୋର, ତିରୁପତି ଏବଂ ଚିତ୍ତୋର ଜିଲା ସମେତ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?