ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୫୭.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୬୫.୬, କୋରାପୁଟ ୩୮.୨, ଫୁଲବାଣୀ ୧୬.୬, ମାଲକାନଗିରି ୩୮.୮, ନବରଙ୍ଗପୁର ୪୨.୪, ଝାରସୁଗୁଡା ୧୮.୬, ସମ୍ବଲପୁରରେ ୧୪.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?