୧୦ରେ ବାତ୍ୟା ରୂପ ନେବ ଅବପାତ

ଭୁବନେଶ୍ୱର,୯ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ମଙ୍ଗଳବାର ଏହା ଆହୁରି ଅଧିକ ଘନୀଭୂତ ହୋଇ ଡିପ୍ରେସନ(ଅବପାତ)ରେ ପରିଣତ ହେବ। ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ୧୧ ତାରିଖରେ ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି।
ବାତ୍ୟା ‘ମୋଚା’ ୧୨ ତାରିଖ ପରେ ଉଗ୍ର ରୂପ ଧାରଣ କରିବ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଜଳଭାଗର ତାପମାତ୍ରା ୩୨ ଡିଗ୍ରୀ ସେଲ୍‌ସିୟସ୍‌ ରହିଛି। ପାଣି ଗରମ ରହୁଥିବାରୁ ସାମୁଦ୍ରକ ଝଡ଼ ଅଧିକ ଶକ୍ତିଶାଳୀ ହେବା ଆଶଙ୍କା ରହିଛି। ଏପରିକି ସ୍ଥଳଭାଗମୁହଁା ହେଲା ବେଳକୁ ଏହାର ବେଗ ଘଣ୍ଟା ପ୍ରତି ୨୦୦ କି.ମି.କୁ ଟପିଯିବା ନେଇ ଆକଳନ କରାଯାଉଛି। ଲଘୁଚାପ ଉତ୍ତର ଦିଗ ଦେଇ ଗତି କରୁଥିବାବେଳେ ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିପାରେ। ସେତେବେଳେ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ଟପି ଯିବା ନେଇ ପୂର୍ବାନୁମାନ କରାଯାଇଛି। ବାତ୍ୟା ଯଦି ଏହି ଦିଗରେ ଗତି କରେ, ତେବେ ଏହା ତାମିଲନାଡ଼ୁ ଏବଂ ଆନ୍ଧ୍ର ଉପକୂଳମୁହଁା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଫଳରେ ବାତ୍ୟା ଆନ୍ଧ୍ର କିମ୍ବା ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବା ଆଶଙ୍କାକୁ ଏଡ଼ାଇ ହେବ ନାହିଁ। ବାତ୍ୟା କେଉଁଠୁ ଗତିପଥ ବଦଳାଇବ, ତାହା ଉପରେ ରହିଛି ନଜର। ଆସନ୍ତା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଏ ନେଇ ସ୍ପଷ୍ଟ ହୋଇଯିବ। ବାତ୍ୟା ଭୟଙ୍କର ରୂପ ଧାରଣ କରି ୧୩ ତାରିଖ ରାତି କିମ୍ବା ୧୪ ତାରିଖ

ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଅନୁମାନ କରାଯାଉଛି। ଅନ୍ୟପକ୍ଷରେ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୧୨ ତାରିଖ ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ରହିଛି। ବାତ୍ୟାର ଗତିପଥ ବଦଳି ବାଂଲାଦେଶ ଓ ମ୍ୟାନ୍‌ମାର ମୁହଁା ହେବା ସମ୍ଭାବନା ରହିଛି। ବାତ୍ୟା ବାଂଲାଦେଶ, ମ୍ୟାନ୍‌ମାର ଉପକୂଳ ଛୁଇଁପାରେ ବୋଲି ସେ କହିଛନ୍ତି। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି, ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି। ବର୍ତ୍ତମାନ ସ୍ଥିତିରେ ଓଡ଼ିଶା ପାଇଁ କିଛି ସତର୍କ ସୂଚନା ନାହିଁ। ତେବେ ଏହା ପଶ୍ଚିମବଙ୍ଗ ଉପକୂଳର କେତେ ନିକଟ ହେଉଛି, ତା’ ଉପରେ ଆମେ ଧ୍ୟାନ ରଖିଛୁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।
୧୪ ସହର ପାରଦ ୪୦ ଡିଗ୍ରୀ ଟପିଲା
କିଛି ଦିନ ଥଣ୍ଡା ପରିବେଶ ପରେ ସୋମବାର ପୁଣି ରାଜ୍ୟରେ ତାତି ବଢ଼ିଛି। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ସହରରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଛି। ୧୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୧.୬, ସମ୍ବଲପୁର ୪୧.୬, ରାଉରକେଲା ୪୧.୪, ଅନୁଗୋଳ ୪୧.୧, ସୁନ୍ଦରଗଡ଼ ୪୧, ତାଳଚେର ୪୦.୮, ବଲାଙ୍ଗୀର ୪୦.୫, ଜଗତ୍‌ସିଂହପୁର ୪୦.୫, ଚାନ୍ଦବାଲି ୪୦.୨, ଟିଟିଲାଗଡ଼ ୪୦, ସୋନପୁର ୪୦, ନୟାଗଡ଼ ୪୦ ଏବଂ କେନ୍ଦ୍ରାପଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଝାରସୁଗୁଡ଼ାରେ ୪୦.୬, ହୀରାକୁଦରେ ୩୯.୬, ଚାନ୍ଦବାଲିରେ ୩୮.୨, ଭୁବନେଶ୍ୱରରେ ୩୭.୪, କେନ୍ଦୁଝରରେ ୩୬, ବାଲେଶ୍ୱରରେ ୩୪.୬, ପୁରୀରେ ୩୪.୪, ଗୋପାଳପୁରରେ ୩୩.୮ ଓ ପାରାଦୀପରେ ୩୩.୪ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?