୧୦ରେ ବାତ୍ୟା ରୂପ ନେବ ଅବପାତ

ଭୁବନେଶ୍ୱର,୯ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ମଙ୍ଗଳବାର ଏହା ଆହୁରି ଅଧିକ ଘନୀଭୂତ ହୋଇ ଡିପ୍ରେସନ(ଅବପାତ)ରେ ପରିଣତ ହେବ। ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ୧୧ ତାରିଖରେ ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି।
ବାତ୍ୟା ‘ମୋଚା’ ୧୨ ତାରିଖ ପରେ ଉଗ୍ର ରୂପ ଧାରଣ କରିବ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଜଳଭାଗର ତାପମାତ୍ରା ୩୨ ଡିଗ୍ରୀ ସେଲ୍‌ସିୟସ୍‌ ରହିଛି। ପାଣି ଗରମ ରହୁଥିବାରୁ ସାମୁଦ୍ରକ ଝଡ଼ ଅଧିକ ଶକ୍ତିଶାଳୀ ହେବା ଆଶଙ୍କା ରହିଛି। ଏପରିକି ସ୍ଥଳଭାଗମୁହଁା ହେଲା ବେଳକୁ ଏହାର ବେଗ ଘଣ୍ଟା ପ୍ରତି ୨୦୦ କି.ମି.କୁ ଟପିଯିବା ନେଇ ଆକଳନ କରାଯାଉଛି। ଲଘୁଚାପ ଉତ୍ତର ଦିଗ ଦେଇ ଗତି କରୁଥିବାବେଳେ ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିପାରେ। ସେତେବେଳେ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ଟପି ଯିବା ନେଇ ପୂର୍ବାନୁମାନ କରାଯାଇଛି। ବାତ୍ୟା ଯଦି ଏହି ଦିଗରେ ଗତି କରେ, ତେବେ ଏହା ତାମିଲନାଡ଼ୁ ଏବଂ ଆନ୍ଧ୍ର ଉପକୂଳମୁହଁା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଫଳରେ ବାତ୍ୟା ଆନ୍ଧ୍ର କିମ୍ବା ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବା ଆଶଙ୍କାକୁ ଏଡ଼ାଇ ହେବ ନାହିଁ। ବାତ୍ୟା କେଉଁଠୁ ଗତିପଥ ବଦଳାଇବ, ତାହା ଉପରେ ରହିଛି ନଜର। ଆସନ୍ତା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଏ ନେଇ ସ୍ପଷ୍ଟ ହୋଇଯିବ। ବାତ୍ୟା ଭୟଙ୍କର ରୂପ ଧାରଣ କରି ୧୩ ତାରିଖ ରାତି କିମ୍ବା ୧୪ ତାରିଖ

ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଅନୁମାନ କରାଯାଉଛି। ଅନ୍ୟପକ୍ଷରେ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୧୨ ତାରିଖ ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ରହିଛି। ବାତ୍ୟାର ଗତିପଥ ବଦଳି ବାଂଲାଦେଶ ଓ ମ୍ୟାନ୍‌ମାର ମୁହଁା ହେବା ସମ୍ଭାବନା ରହିଛି। ବାତ୍ୟା ବାଂଲାଦେଶ, ମ୍ୟାନ୍‌ମାର ଉପକୂଳ ଛୁଇଁପାରେ ବୋଲି ସେ କହିଛନ୍ତି। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି, ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି। ବର୍ତ୍ତମାନ ସ୍ଥିତିରେ ଓଡ଼ିଶା ପାଇଁ କିଛି ସତର୍କ ସୂଚନା ନାହିଁ। ତେବେ ଏହା ପଶ୍ଚିମବଙ୍ଗ ଉପକୂଳର କେତେ ନିକଟ ହେଉଛି, ତା’ ଉପରେ ଆମେ ଧ୍ୟାନ ରଖିଛୁ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।
୧୪ ସହର ପାରଦ ୪୦ ଡିଗ୍ରୀ ଟପିଲା
କିଛି ଦିନ ଥଣ୍ଡା ପରିବେଶ ପରେ ସୋମବାର ପୁଣି ରାଜ୍ୟରେ ତାତି ବଢ଼ିଛି। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ସହରରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଛି। ୧୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୧.୬, ସମ୍ବଲପୁର ୪୧.୬, ରାଉରକେଲା ୪୧.୪, ଅନୁଗୋଳ ୪୧.୧, ସୁନ୍ଦରଗଡ଼ ୪୧, ତାଳଚେର ୪୦.୮, ବଲାଙ୍ଗୀର ୪୦.୫, ଜଗତ୍‌ସିଂହପୁର ୪୦.୫, ଚାନ୍ଦବାଲି ୪୦.୨, ଟିଟିଲାଗଡ଼ ୪୦, ସୋନପୁର ୪୦, ନୟାଗଡ଼ ୪୦ ଏବଂ କେନ୍ଦ୍ରାପଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଝାରସୁଗୁଡ଼ାରେ ୪୦.୬, ହୀରାକୁଦରେ ୩୯.୬, ଚାନ୍ଦବାଲିରେ ୩୮.୨, ଭୁବନେଶ୍ୱରରେ ୩୭.୪, କେନ୍ଦୁଝରରେ ୩୬, ବାଲେଶ୍ୱରରେ ୩୪.୬, ପୁରୀରେ ୩୪.୪, ଗୋପାଳପୁରରେ ୩୩.୮ ଓ ପାରାଦୀପରେ ୩୩.୪ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri