ସୃଷ୍ଟି ହେଲା ବାତ୍ୟା: ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ

ଭୁବନେଶ୍ୱର,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଫଳରେ ଏହି ବାତ୍ୟାକୁ ନେଇ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଗଭୀର ଅବପାତରୁ ରୂପ ନେଇଥିବା ଏହି ବାତ୍ୟା କ୍ରମଶଃ ଶକ୍ତିଶାଳୀ ହେବାରେ ଲାଗିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ରାତି ସୁଦ୍ଧା ଏହା ଏକ ‘ଭୀଷଣ ବାତ୍ୟା’ (Severe Cyclonic Storm) ଏବଂ ଆସନ୍ତାକାଲି ସୁଦ୍ଧା ଏକ ‘ଅତି ଭୀଷଣ ବାତ୍ୟାରେ’ (Very Severe Cyclonic Storm) ପରିଣତ ହେବାର ସମ୍ଭାବନା ରହିଛି।

ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି ଗଭୀର ଅବପାତ। ନାଗାପାଟନମ୍ ୫୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ ରହିଛି। ଚେନ୍ନାଇ ଉପକୂଳ ଠାରୁ ୮୦୦ କିଲୋମିଟର ଦୂରରେ ରହିଛି। ୨୯ ତାରିଖ ମଧ୍ୟରେ ବାତ୍ୟାଟି ଉପକୂଳ ଛୁଇଁବ। ତାମିଲନାଡୁ ଏବଂ ଶ୍ରୀଲଙ୍କା ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆକଳନ କରିଛି ଆଇଏମଡି।

ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡିବ ନାହିଁ। ତଥାପି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ବାତ୍ୟାଟି କୂଳ ଆଡ଼କୁ ମୁହାଁଇବା ସମୟରେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ପର୍ଯ୍ୟନ୍ତ ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି।

ସମ୍ଭାବ୍ୟ କ୍ଷୟକ୍ଷତିକୁ ଏଡ଼ାଇବା ପାଇଁ ପ୍ରଭାବିତ ହେବାକୁ ଥିବା ଆଶଙ୍କା କରି ଜିଲାଗୁଡ଼ିକରେ ଓଡ୍ରାଫ୍‌,
ଏନ୍‌ଡିଆର୍‌ଏଫ୍‌ ଏବଂ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରହିଛନ୍ତି। ଉପକୂଳବର୍ତ୍ତୀ ନିମ୍ନାଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତରିତ କରିବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟୁତ୍‌ ପାନୀୟ ଜଳ ଏବଂ ଯୋଗାଯୋଗ ବ୍ୟବସ୍ଥାକୁ ତୁରନ୍ତ ପୁନରୁଦ୍ଧାର କରିବା ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ, ଆଳତି ଦର୍ଶନ କରି ଆଶୀର୍ବାଦ ଲାଭ କଲେ ଜିଲାପାଳ-ଏସ୍‌ପି

ଛତ୍ରପୁର,୨୬ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୁମାର ପୂର୍ଣ୍ଣିମା ଅବସରରେ ଛତ୍ରପୁର ଲୋୟର ବସ୍‌ଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଆରମ୍ଭ ହୋଇଛି। ପ୍ରତିବର୍ଷ…

ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନରୁ ଚମକିବ ୩ ରାଶିର ଭାଗ୍ୟ, ନଭେମ୍ବର ସୁଦ୍ଧା ବ୍ୟବସାୟରେ ପ୍ରବଳ ଲାଭ! ଜାଣନ୍ତୁ ସେହି ରାଶି କିଏ…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ୨୪ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାହୁଙ୍କ ନକ୍ଷତ୍ର ସୱାତୀରେ ପ୍ରବେଶ କରିଛନ୍ତି। ସୂର୍ଯ୍ୟ ଏହି ନକ୍ଷତ୍ରରେ ନଭେମ୍ବର ୬, ୨୦୨୬ ପର୍ଯ୍ୟନ୍ତ ଅବସ୍ଥାନ…

ଚେନ୍ନାଇରୁ ଘରକୁ ଫେରିବାବେଳେ ରାସ୍ତାରେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଯୁବକଙ୍କ ଜୀବନ

ଦେବଗଡ଼,୨୬ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ…

ବ୍ୟାଟ ଛାଡ଼ିବେ ନା ଖେଳ ଜାରି ରଖିବେ? ଅବସର ଚର୍ଚ୍ଚା ଉପରେ ରୋହିତଙ୍କ ସ୍ପଷ୍ଟ ଜବାବ, କହିଦେଲେ…

ନୂଆଦିଲ୍ଲୀ, ୨୬।୧୦: ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମାଙ୍କ ଅବସରକୁ ନେଇ ଗତ କିଛି ମାସ ମଧ୍ୟରେ ଅନେକ ଥର ଗୁଜବ ସାମ୍ନାକୁ ଆସିଛି।…

ଏଇ ଭାରତରେ

ଏକାଗ୍ରତାର ସହ ନୂତନତ୍ୱର ଅନ୍ବେଷଣ କଲେ ସଫଳତା ନିଶ୍ଚୟ ମିଳେ, ଯାହା ପ୍ରମାଣ କରିଛନ୍ତି ଉତ୍ତରପ୍ରଦେଶ ପ୍ରୟାଗରାଜର ବିମଳ କିଶୋର। ବିମଳ ଜଣେ ଦିବ୍ୟାଙ୍ଗ। ଏଣୁ ସେ…

ଶିକ୍ଷାନୁଷ୍ଠାନ ନେତୃତ୍ୱର ଅନ୍ତୁଡ଼ିଶାଳ

ଭଗବାନଙ୍କୁ ପୂଜା କରିବା ପାଇଁ ଆମେ ମନ୍ଦିରକୁ ଯାଉ। ଜ୍ଞାନ ଓ ଶିକ୍ଷା ରୂପକ ଅମୂଲ୍ୟ ରତ୍ନ ହାସଲ କରିବା ପାଇଁ ପିଲାମାନେ ବିଦ୍ୟାଳୟକୁ ଯାଆନ୍ତି। ଏହି…

ନିବେଶ ଚମକ, ତୃଷାର ଛାୟା

ଭାରତରେ ଗୁଗଲ୍‌ର ପ୍ରସ୍ତାବିତ ଡାଟା ସେଣ୍ଟର ଏବଂ ଏହା ସହିତ ଜଡ଼ିତ ଜଳ ସଙ୍କଟ ଏକ ଗଭୀର ବିଡ଼ମ୍ବନାର ପର୍ଦ୍ଦାଫାଶ କରୁଛି। ସରକାର ଏହାକୁ ‘ଐତିହାସିକ ନିବେଶ’…

ପ୍ରଯୁକ୍ତିବିଦ୍ୟାର ଚମତ୍କାରିତା: ଏଣିକି ଇଣ୍ଟରନେଟ୍‌ରେ ପଠାଇହେବ ସୁଗନ୍ଧ

ୱାଶିଂଟନ, ୨୬ା୧୦: ଡିଜିଟାଲ ଦୁନିଆରେ ବର୍ତ୍ତମାନ ସୁଦ୍ଧା ଆମେ କେବଳ ଫଟୋ, ଭିଡିଓ ଏବଂ ଅଡିଓ ଶେୟାର୍‌ କରିପାରୁଛୁ। କିନ୍ତୁ ଏବେ ଦୂରରେ ଥାଇ ମଧ୍ୟ ପରସ୍ପରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?