Posted inରାଜ୍ୟ

ବଙ୍ଗୋପସାଗର ରେ ସୃଷ୍ଟି ହେଲା ବାତ୍ୟା ହାମୁନ, ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୨୩।୧୦: ଶାରଦୀୟ ପୂଜା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ହାମୁନ’। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ୨୫ ତାରିଖରେ ବାଂଲାଦେଶ ଖେପୁପରା ଓ ଚିଟାଗଙ୍ଗ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

ତେବେ ବାତ୍ୟା ‘ହାମୁନ’ ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ବାତ୍ୟାର ମୁକାବିଲା ପାଇଁ ପୌର ନିର୍ଦ୍ଦେଶକ ସମସ୍ତ ପୌରାଞ୍ଚଳ ପ୍ରଶାସକଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ମୁକାବିଲା ପାଇଁ ମାନବ ସମ୍ବଳ ସୁଦୃଢ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତଳି ଅଞ୍ଚଳରେ ବର୍ଷା ଜଳ ଯେପରି ଜମି ନରହେ ସେଥିପାଇଁ ପ୍ରସ୍ତୁତ ହୋଇରହିବାକୁ ପୌରାଞ୍ଚଳ ପ୍ରଶାସନକୁ ନିର୍ଦେଶ ଦିଆଯାଇଛି।

ସେହିପରି ଜିଲ୍ଲା ପ୍ରଶାସନ ସହ ନିରନ୍ତର ସମ୍ପର୍କରେ ରହିବାକୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ କର୍ମଚାରୀଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାରାଦୀପ, ଚାନ୍ଦବାଲି ଓ ବାଲେଶ୍ବର ବାତ୍ୟା ଦ୍ବାରା ବେଶୀ ପ୍ରଭାବିତ ହେବ ବୋଲି ଆଶଙ୍କା ଥିବାରୁ ଏଥିପାଇଁ ସତର୍କ ରହିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?