Posted inଜାତୀୟ

ବୁଧବାର ବାଂଲାଦେଶରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ହାମୁନ’: ୭ ରାଜ୍ୟରେ ବର୍ଷା ସତର୍କ

ନୂଆଦିଲ୍ଲୀ,୨୪।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଗଭୀର ଅବପାତ ରୂପ ନେଇ ଭୟଙ୍କର ସାଇକ୍ଲୋନିକ ଝଡ଼ରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦିଆଯାଇଛି। ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଗତି କରୁଛି । ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ୨୫ ତାରିଖ ବୁଧବାର ସକାଳ ସାଢେ ୫ଟାରେ ବାଂଲାଦେଶର ଖେପୁପାରା ଓ ଚିଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବ। ବେଳେବେଳେ ୭୦ କିଲୋମିଟର ବେଗରେ ବୋହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି। ବାତ୍ୟା ହାମୁନ ଭାରତୀୟ ଉପକୂଳ ସହ ସମାନ୍ତରାଳ ଗତିରେ ସମୁଦ୍ର ମଧ୍ୟରେ ଗତି କରୁଥିବାରୁ ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗାଙ୍ଗେୟ, ପଶ୍ଚିମବଙ୍ଗ ଅଞ୍ଚଳରେ ବର୍ଷା ହେବ। ତେବେ ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ପଶ୍ଚିମବଙ୍ଗ, ଓଡ଼ିଶା, ମିଜୋରାମ ଏବଂ ମେଘାଳୟ ସମେତ ୭ଟି ରାଜ୍ୟରେ ପାଣିପାଗ ବିଭାଗ ବର୍ଷା ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri