ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୫ଟି ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୁର୍ବାନୁମାନ କରିଛି । ଆସନ୍ତା ୨୪ ତାରିଖ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ପବନର ବେଗ ୧୦୦ ରୁ ୧୨୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘଚାପ ସୃଷ୍ଟି ହେବା ପରେ ବାତ୍ୟା ପ୍ରଭାବ ନେଇ ସ୍ପଷ୍ଟ ଜଣାପଡିବ ବୋଲି ପାଣିପାଗ ବିଭାଗର ମହାନିଦେ୍ର୍ଦଶକ ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ଅନୁମାନ କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ମଙ୍ଗଳବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

Image


Enter your email to get our daily news in your inbox.

All Right Reserved By Dharitri.Com

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri