Posted inଜାତୀୟ

ତେଲଙ୍ଗାନାରେ ବାତ୍ୟା ପ୍ରଭାବ: ବର୍ଷା ବିତ୍ପାତରେ ୧୩ ମୃତ

ହାଇଦ୍ରାବାଦ,୨୮ା୫: ବଙ୍ଗୋପସାଗରରେ ବାତ୍ୟା ରେମାଲ ଅତିକ୍ରମ କଲାବେଳେ ଏହାର ପ୍ରଭାବରେ ରବିବାର ତେଲଙ୍ଗାନାରେ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ୧୩ ଜଣଙ୍କ ମୃତ୍ୟୁ ଘଟିଛି। ବାତ୍ୟା ପ୍ରଭାବ ତେଲଙ୍ଗାନାବାସୀଙ୍କୁ ବିପଦରେ ପକାଇଛି। କେବଳ ନଗରକୁର୍‌ନୁଲରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଘର ଭୁଶୁଡ଼ି ବାପଝିଅଙ୍କ ସମେତ ୪ ଜଣ ପ୍ରାଣ ହରାଇଥିବାବେଳେ ବଜ୍ରପାତରେ ୩ ଜଣଙ୍କ ଜୀବନ ଯାଇଛି। ହାଇଦ୍ରାବାଦରେ ୪ ଜଣ ଓ ମେଡକରେ ୨ ଜଣ ପ୍ରାଣ ହରାଇଛନ୍ତି। ରାସ୍ତାରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୀର୍ଘ ସମୟ ପର୍ଯ୍ୟନ୍ତ ବିଦ୍ୟୁତ ଯୋଗାଣ ବାଧାପ୍ରାପ୍ତ ହୋଇଥିଲା। ନଗରକୁର୍‌ନୁଲ ଏବଂ ନାଲଗୋଣ୍ଡା ଜିଲାରେ ପ୍ରବଳ ବର୍ଷା ହୋଇଥିବାବେଳେ ରଙ୍ଗାରେଡ୍ଡୀ ଏବଂ ମେଡଚଲ ମଲକଜଗିରି ଜିଲାରେ ପ୍ରବଳ ବେଗରେ ପବନ ବହିଥିଲା। ହାଇଦ୍ରାବାଦରେ ପ୍ରବଳ ବର୍ଷା ପବନରେ ବହୁ ରାସ୍ତାଘାଟ, ଘରଦ୍ୱାର ଓ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri