୧୨ ଘଣ୍ଟାରେ ବାତ୍ୟା! ପାରାଦୀପଠାରୁ ୭୬୦କିଲୋମିଟର ଦୂରରେ ରହିଛି ‘ଜଓ୍ବାଦ’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ । ଗୋପାଳପୁରରୁ ଦକ୍ଷିଣ ପୂର୍ବ ଦିଗରେ ୬୭୦କି.ମି. ଏବଂ ପାରାଦୀପରୁ ୭୬୦କି.ମି. ଦୂରରେ ରହିଛି । ୩୦ କି.ମି. ବେଗରେ ଏହା ଗତି କରୁଛି । ପବନର ବେଗ ୮୦ରୁ ୯୦ ରହିବା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ବାସ କହିଛନ୍ତି ।

ଗଞ୍ଜାମ, ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁରରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏମିତିକି ୨୦୦ ମିମିରୁ ଅଧିକ ବର୍ଷା ଆଶଙ୍କା ଅଛି । କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ବାଲେଶ୍ବର, ଭଦ୍ରକ, ଯାଜପୁର ଓ ମାଲକାନଗିରିର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ରବିବାର ଉତ୍ତର ଉପକୂଳରେ ଅଧିକ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ସୋମବାର ଉତ୍ତର ଉପକୂଳରେ କେତେକ ଜାଗାରେ ବର୍ଷା ହେବ । କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଶୁକ୍ରବାର ମଧ୍ୟରାତ୍ରିରୁ ସମୁଦ୍ର ଅଧିକ ଅଶାନ୍ତ ହୋଇ ଉଠିବ । ତେଣୁ ୫ ତାରିଖ ଯାଏ ସମୁଦ୍ର ଓ ଚିଲିକାରେ ମାଛ ଧରିବା ବାରଣ କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri