୧୨ ଘଣ୍ଟାରେ ବାତ୍ୟା! ପାରାଦୀପଠାରୁ ୭୬୦କିଲୋମିଟର ଦୂରରେ ରହିଛି ‘ଜଓ୍ବାଦ’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ । ଗୋପାଳପୁରରୁ ଦକ୍ଷିଣ ପୂର୍ବ ଦିଗରେ ୬୭୦କି.ମି. ଏବଂ ପାରାଦୀପରୁ ୭୬୦କି.ମି. ଦୂରରେ ରହିଛି । ୩୦ କି.ମି. ବେଗରେ ଏହା ଗତି କରୁଛି । ପବନର ବେଗ ୮୦ରୁ ୯୦ ରହିବା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ବାସ କହିଛନ୍ତି ।

ଗଞ୍ଜାମ, ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁରରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏମିତିକି ୨୦୦ ମିମିରୁ ଅଧିକ ବର୍ଷା ଆଶଙ୍କା ଅଛି । କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ବାଲେଶ୍ବର, ଭଦ୍ରକ, ଯାଜପୁର ଓ ମାଲକାନଗିରିର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ରବିବାର ଉତ୍ତର ଉପକୂଳରେ ଅଧିକ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ସୋମବାର ଉତ୍ତର ଉପକୂଳରେ କେତେକ ଜାଗାରେ ବର୍ଷା ହେବ । କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଶୁକ୍ରବାର ମଧ୍ୟରାତ୍ରିରୁ ସମୁଦ୍ର ଅଧିକ ଅଶାନ୍ତ ହୋଇ ଉଠିବ । ତେଣୁ ୫ ତାରିଖ ଯାଏ ସମୁଦ୍ର ଓ ଚିଲିକାରେ ମାଛ ଧରିବା ବାରଣ କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

୧୦୮ ଓ ୧୦୨ ଆମ୍ବୁଲାନ୍ସ ସେବାରେ ରେକର୍ଡ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ମାର୍ଚ୍ଚ ଓ ଏପ୍ରିଲ୍‌ରେ ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ରେକର୍ଡ ସଂଖ୍ୟକ ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇଛି। ମୟୂରଭଞ୍ଜରେ...

ନିଶାଦିଆ ଲୁଟେରାଙ୍କୁ ଧରିବାରେ ପୋଲିସ ନିଷ୍କ୍ରିୟ: ପୁଣି ଶିକାର ହେଲେ ୩ ଯାତ୍ରୀ

ଭୁବନେଶ୍ୱର,୧୯ା୫(ବ୍ୟୁରୋ)-ବାରମ୍ବାର ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ନିଶାଦିଆ ଲୁଟେରାଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ଦିନକୁ ଦିନ ରାଜଧାନୀର ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌, ରେଲ୍‌ଓ୍ବେ...

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ...

ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌...

୧୮ ରାଉଣ୍ଡରେ ବି ବିଜେଡି ଆଗୁଆ

ବରଗଡ ଅଫିସ,୮।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଭୋଟ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୮ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା...

ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ଧାମନଗର ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଧାନସଭାରେ ବୁଧବାର ଶପଥ ପାଠ କରାଇଛନ୍ତି। ଧାମନଗର...

କମୁଛି ସଂକ୍ରମଣ, ଆଜି ୪୮୪୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଦୈନିକ କରୋନା ସଂକ୍ରମଣ ଏବେ ତଳମୁହାଁ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୨ ନୂଆ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ଗାଡ଼ି ଯାଞ୍ଚରୁ ମିଳିଲା ୟୁପି ବିଧାନସଭାର ପାସ୍‌, ୪ ବୋମା, ୫୦କେଜି ଗଞ୍ଜେଇ

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଅଧୀନ ଖିଣ୍ଡା ଛକରେ ପୋଲିସ ଗାଡ଼ି ଯାଞ୍ଚ ବେଳେ ଏକ କାରରୁ ୪ଟି ବୋମା, ୫୦ କେଜି ଗଞ୍ଜେଇ...

Advertisement
Archives

Model This Week